www.samajalive.in
Tuesday, December 9, 2025
16.1 C
Bhubaneswar

ବାତିଆପଡ଼ାରେ ମହୁଲ ଗଛ ପଡି ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ବୁଧବାର ଅପରାହ୍ଣ ସନ୍ଧ୍ୟାରେ ଲାଞ୍ଜିଗଡ଼ ବ୍ଲକ୍ ବିଜେପୁର ଥାନା ଅଞ୍ଚଳରେ ପ୍ରବଳ ଝଡ଼ ତୋଫାନ ହୋଇଥିଲା।ବର୍ଷା ସାଙ୍ଗକୁ ପ୍ରବଳ ପବନ ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ସବୁ ଉପୁଡ଼ି ପଡିଥିଲା।
ଏହି ପରିପ୍ରେକ୍ଷୀରେ ବ୍ଳକର ବେନଗାଁ ପଞ୍ଚାୟତ ବାତିଆପଡା ଗାଁ ଅଞ୍ଚଳରେ ପ୍ରବଳ ବର୍ଷା ଓ ପବନ ଦେଖିବାକୁ ମିଳିଥିଲା। ବର୍ଷା ଯୋଗୁଁ ଗାଁର ରୁପଲି ମାଝୀ(୪୫) ଏକ ମହୁଲ ଗଛ ମୂଳରେ ଆଶ୍ରୟ ନେଇଥିବା ବେଳେ ପବନରେ ମହୁଲ ଗଛ ଭାଙ୍ଗି ଯିବା ଫଳରେ ଗଛ ତକେ ଚାପି ହୋଇ ରୁପଲିଙ୍କ ମୃତ୍ୟୁ ଘଟିଥିଲା।
ଆଜି ପୁଅ ରାମଚନ୍ଦ୍ର ମାଝୀ ବିଜେପୁର ଥାନାରେ ମାଆଙ୍କ ମୃତ୍ୟୁକୁ ନେଇ ଲିଖିତ ଅଭିଯୋଗ ପରେ ବିଜେପୁର ଥାନା ଅଧିକାରୀ ରଘୁନାଥ ମାଝୀଙ୍କ ନେତୃତ୍ୱରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଥାନା ଅଧିକାରୀ ଶ୍ରୀ ମାଝୀ ପ୍ରକାଶ କରିଛନ୍ତି।

Hot this week

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

Related Articles

Popular Categories