www.samajalive.in
Monday, December 15, 2025
24.1 C
Bhubaneswar

ଓଡ଼ିଶାରେ ବାତ୍ୟା ପ୍ରଭାବ: ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲାପାଳଙ୍କୁ ରହିବାକୁ ଏସଆରସିଙ୍କ ନିର୍ଦେଶ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗକୁ ଗତି କରୁଛି। ଏହା ଅଧିକ ତୀବ୍ର ହୋଇ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା​‌ରେ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଦେଇଛନ୍ତି।

୨୫ ତାରିଖ ରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେଇ ଉତ୍ତର ଦିଗକୁ ଗତି କରିବ। ଏହାର ପ୍ରଭାବରେ ୨୫ରେ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ ତାରିଖରେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ୨୬ରେ ଭଦ୍ରକ ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ନିର୍ଦେଶିକା କହିଛନ୍ତି।

- Advertisement -

ଅପରପକ୍ଷରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏସଆରସି ପକ୍ଷରୁ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୁରଭଞ୍ଜ ଜିଲାପାଳ। ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେଇଛନ୍ତି। ବାଂଲାଦେଶ ମୁହାଁ ବାତ୍ୟା ପ୍ରଭାବରେ ୪ ଜିଲାରେ ବର୍ଷା ଓ ପବନ ସମ୍ଭାବନା ରହିଥିବାରୁ ବର୍ଷା ଓ ପବନ ନେଇ ଏହି ୪ ଜିଲାର ଜିଲାପାଳଙ୍କୁ  ଏସଆରସି ଆଲର୍ଟ କରିଛନ୍ତି।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories