www.samajalive.in
Monday, December 15, 2025
16.1 C
Bhubaneswar

ଶନିବାର ଷଷ୍ଠ ପର୍ଯ୍ୟାୟ ମତଦାନ – ପ୍ରସ୍ତୁତି ଚୂଡାନ୍ତ

ଡେସ୍କ: ଶନିବାର (ମେ’ ୨୫) ୫୮ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏହି ପର୍ଯ୍ୟାୟରେ ବିହାରର ୮ଟି ଲୋକସଭା ଆସନ, ହରିୟାଣାର ସମସ୍ତ ୧୦ଟି ଆସନ, ଝାଡ଼ଖଣ୍ଡର ୪ଟି ଆସନ, ଦିଲ୍ଲୀର ସମସ୍ତ ୭ଟି ଆସନ, ଓଡ଼ିଶାର ୬ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି ଏବଂ ଜମ୍ମୁ-କଶ୍ମୀରର ଗୋଟିଏ ଲୋକସଭା ଆସନରେ ମତଦାନ ହେବ। ଭୋଟ୍ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହେବ।

ବିଜେପିର ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ, ମେନକା ଗାନ୍ଧୀ, ମନୋହର ଲାଲ ଖଟ୍ଟର, ସମ୍ବିତ ପାତ୍ର, ବାଂସୁରୀ ସ୍ୱରାଜ ଓ ମନୋଜ ତିୱାରୀ ଏବଂ କଂଗ୍ରେସ ନେତା ଦୀପେନ୍ଦ୍ର ସିଂ ହୁଡା, କୁମାରୀ ଶୈଲଜା, ରାଜ ବବର ଓ କହ୍ନେୟା କୁମାରଙ୍କ ସମେତ ସମାଜବାଦୀ ପାର୍ଟି ନେତା ଧର୍ମେନ୍ଦ୍ର ଯାଦବ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କ ସମେତ ପ୍ରମୁଖ ନେତାଙ୍କ ରାଜନୈତିକ ଭାଗ୍ୟ ଇଭିଏମରେ ସିଲ୍ ହେବ।

- Advertisement -

ଏହି ସବୁ ଅଞ୍ଚଳରେ ସୁରୁଖୁରୁରେ ମତଦାନ ପାଇଁ ନିର୍ବାଚନ ଆୟୋଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବୟସ୍କ ଓ ଭିନ୍ନକ୍ଷମଙ୍କ ସମେତ ପ୍ରତ୍ୟେକ ଭୋଟର ଯେପରି ସହଜରେ ମତଦାନ କରିପାରିବେ ସେଥିପାଇଁ ଛାଇ, ପାନୀୟ ଜଳ, ରାମ୍ପ, ଶୌଚାଳୟ, ହ୍ୱିଲଚେୟାରଠାରୁ ଆରମ୍ଭ କରି ବିଜୁଳି ପର୍ଯ୍ୟନ୍ତ ମୌଳିକ ସୁବିଧା ଉପଲବ୍ଧ ହେବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ରାଜ୍ୟ ପ୍ରଶାସନକୁ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। କୌଣସି ଅପ୍ରୀତିକର ଘଟଣାକୁ ଏଡ଼ାଇବା ଏବଂ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ମତଦାନ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଦଶମରେ ୯୯.୭% ମାର୍କ, ହେଲେ ପଢି ଆସୁନି କି ଲେଖି ଆସୁନି – ତଦନ୍ତ ଆରମ୍ଭ

ଏହି ପର୍ଯ୍ୟାୟରେ ଜାତୀୟ ରାଜଧାନୀ ଦିଲ୍ଲୀରେ ମୋଟ ୧୬୨ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଦିଲ୍ଲୀରେ ମୋଟ ୧ କୋଟି ୫୨ ଲକ୍ଷ ଲୋକ ୭ଟି ଲୋକସଭା ନିର୍ବାଚନ ମଣ୍ଡଳୀର ୧୩ ହଜାର ୬୩୭ଟି ମତଦାନ କେନ୍ଦ୍ରରେ ମତାଧିକାର ସାବ୍ୟସ୍ତ କରିବେ। ଉତ୍ତରପ୍ରଦେଶରେ ଆସନ୍ତାକାଲି ଷଷ୍ଠ ପର୍ଯ୍ୟାୟ ମତଦାନ ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଇଭିଏମ୍ ମେସିନ୍ ଓ ଅନ୍ୟାନ୍ୟ ନିର୍ବାଚନ ସମ୍ବନ୍ଧୀୟ ସାମଗ୍ରୀ ସହ ପୋଲିଂ ପାର୍ଟିଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ପଠାଯାଉଛି।

ଓଡ଼ିଶାରେ ବାତ୍ୟା ପ୍ରଭାବ: ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲାପାଳଙ୍କୁ ରହିବାକୁ ଏସଆରସିଙ୍କ ନିର୍ଦେଶ

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories