www.samajalive.in
Saturday, December 6, 2025
23.1 C
Bhubaneswar

କାଜୁ ତୋଳିବା ବେଳେ ଗୁଳିମାଡ: ଦୁଇ ଗୁରୁତର

ପୋଲସରା: ପୋଲସରା ନିକଟ ପୋକସୁଙ୍ଗା ଜଙ୍ଗଲରେ ଗୁଳିକାଣ୍ଡ। ଏଥିରେ ଦୁଇ ଜଣ ଯୁବକ ଗୁରୁତର ହୋଇଥିବା ସୂଚନା ମିଳିଛି। ଦୁଇ ଗୁରୁତର ଯୁବକ ଅବକାଶ ଜାନୀ ଓ ରଘୁନାଥ ଜାନୀ ବୋଲି ଜଣାପଡିଛି। ଉଭୟ ଜଙ୍ଗଲକୁ କାଜୁ ତୋଳିବାକୁ ଯାଇଥିବାବେଳେ କିଛି ଅଜଣା ବ୍ୟକ୍ତି ତାଙ୍କ ଉପରକୁ ଗୁଳିମାଡ କରିଥିଲେ। ଜଣଙ୍କର ମୁଣ୍ଡ ଓ ଅନ୍ୟ ଜଣଙ୍କର ଦେହରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।  ବର୍ତ୍ତମାନ ପର୍ଯ୍ୟନ୍ତ ଗୁଳିମାଡର ପ୍ରକୃତ କାରଣ ଜଣାପଡିନାହିଁ। ଘଟଣା ପଛରେ ରାଜନୈତିକ ଶତ୍ରୁତା ଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories