www.samajalive.in
Thursday, December 11, 2025
16.1 C
Bhubaneswar

ଭୀଷଣ ବାତ୍ୟାର ରୂପ ନେବ ‘ରେମାଲ’: ସାଗର ଦ୍ବୀପ ଓ ଖେପୁପରାରେ ଛୁଇଁବ ସ୍ଥଳଭାଗ, ଓଡ଼ିଶାର ୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ତୀବ୍ର ଅବପାତ ବାତ୍ୟାର ରୂପ ନେଇଛି। ଏହା ଭୀଷଣ ବାତ୍ୟାର ରୂପ ନେଇ ଆସନ୍ତାକାଲି ମଧ୍ୟ ରାତିରେ ସ୍ଥଳଭାଗ ଛୁଇଁବା ନେଇ ସୂଚନା ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଓ ବାଂଲାଦେଶର ଖେପୁପରା ମଧ୍ୟରେ ଭୀଷଣ ବାତ୍ୟା ‘ରେମାଲ’ ସ୍ଥଳଭାଗ ଛୁଇଁବ। ବାତ୍ୟା ‘ରେମାଲ’ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ସର୍ବାଧିକ ୧୩୫ କିଲୋମିଟର ରହିପାରେ ବୋଲି ଜଣାପଡ଼ିଛି। ବାତ୍ୟାକୁ ଦୃଷ୍ଟିରେ ରଖି କୋଲାକାତା ବିମାନବନ୍ଦରରେ ଆସନ୍ତାକାଲି ଦିନ ୧୨ଟାରୁ ୨୭ ତାରିଖ ସକାଳ ୯ଟା ଯାଏଁ ବିମାନ ଚଳାଚଳ ବନ୍ଦ ରଖିବାକୁ ନିର୍ଦେଶ ଜାରି କରାଯାଇଛି।

ତେବେ ଏହି ବାତ୍ୟା ‘ସିଧା ସଳଖ ପ୍ରଭାବ ଓଡ଼ିଶାରେ ପଡ଼ିବା ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଂଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories