www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ପ୍ରକାଶ ପାଇବ ମାଟ୍ରିକ ଓ +୨ ପରୀକ୍ଷା ଫଳ

ଭୁବନେଶ୍ବର : ରବିବାର ପରୀକ୍ଷା ଫଳର ଦିନ। ଗୋଟିଏ ଦିନରେ ପ୍ରକାଶ ପାଇବ ମାଟ୍ରିକ୍ ଏବଂ ଯୁକ୍ତଦୁଇ ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ବା ମାଟ୍ରିକ୍ ପରୀକ୍ଷାଫଳ ରବିବାର ସକାଳ ୧୦ ଟା ୩୦ରେ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶିତ ହେବ। ରବିବାର ପୂର୍ବାହ୍ଣ ସାଢ଼େ ୧୧ଟାରେ ବୋର୍ଡ ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ ହେବ। ଯେଉଁସ୍ଥାନରେ ଇଣ୍ଟରନେଟ୍ ନାହିଁ ଛାତ୍ରଛାତ୍ରୀ ମୋବାଇଲ ଫୋନ୍ ମାଧ୍ୟମରେ OR10<Roll No> ଟାଇପ୍‌ କରି ମୋବାଇଲ ନମ୍ବର ୫୬୭୬୭୫୦କୁ ଏସ୍‌ଏମ୍‌ଏସ୍‌ କରି ପରୀକ୍ଷାଫଳ ପାଇପାରିବେ। ଚଳିତବର୍ଷ ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ, ମଧ୍ୟମାରେ ୩୦୩୭ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭୮୩୧ଜଣ ଫର୍ମପୂରଣ କରିଥିଲେ।
ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇବ। ଚଳିତ ବର୍ଷ ଗୋଟିଏ ଦିନରେ ଦ୍ବାଦଶ ଶ୍ରେଣୀର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ରବିବାର ଅପରାହ୍ଣରେ ଆସିବ। ବିଦ୍ୟାର୍ଥୀ ୱେବ୍‌ସାଇଟ୍‌ www.orissaresults.nic.inକୁ ଲଗ୍‌ଇନ୍ କରି ଫଳ ଦେଖିପାରିବେ। ଏଥିସହିତ ଛାତ୍ରଛାତ୍ରୀ www.results.digilocker.gov.inକୁ ଲଗ୍‌ଇନ କରି ରୋଲ ନମ୍ବର ଏବଂ ପଞ୍ଜୀକରଣ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତବର୍ଷ ଯୁକ୍ତଦୁଇ ପରୀକ୍ଷା ଫେବୃଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିଥିଲା। ରାଜ୍ୟରେ ମୋଟ ୧୧୬୦ଟି ପରୀକ୍ଷା କେନ୍ଦ୍ରରେ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଛନ୍ତି। ସେଥିରୁ ନିୟମିତ (ରେଗୁଲାର) ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ହଜାର ୫୨ ଜଣ ରହିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories