www.samajalive.in
Sunday, December 7, 2025
14.1 C
Bhubaneswar

ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: କେନ୍ଦ୍ରୀୟ ନେତାଙ୍କ ଫୋକସ୍‌ରେ ଓଡ଼ିଶା। ଚଳିତ ନିର୍ବାଚନରେ ଓଡ଼ିଶା ଦଖଲ ଲକ୍ଷ୍ୟରେ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଚାର ପାଇଁ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ୨୮ରେ ଶାହ ଓ ୨୯ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୮ରେ ଶାହ ୩ଟି ଜନସଭାକୁ ସମ୍ବୋଧନକୁ କରିବାର କାର୍ଯ୍ୟକ୍ରମ ରହିଛି। ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ ଶାହ। ସେହିପରି ୨୯ରେ ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସି ବାରିପଦା ଛଉ ପଡ଼ିଆରେ ଦିନ ୧୨ଟାରେ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଦିନ ୩ଟା ୩୦ରେ ବାଲେଶ୍ୱରରେ ସେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ କେନ୍ଦ୍ରାପଡ଼ା ଜନସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦୀ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories