www.samajalive.in
Monday, December 8, 2025
13.1 C
Bhubaneswar

ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ‘ରେମାଲ’, ମୁକାବିଲା ପାଇଁ ନୌସେନା ପ୍ରସ୍ତୁତ

ଭୁବନେଶ୍ବର : ଧିରେ ଧିରେ ଭୀଷଣ ବାତ୍ୟାରେ ପରିଣତ ହେଉଛି ‘ରେମାଲ’ । ଆଜି ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ସୂଚନା ଦେଇଛି ଆଇଏମଡି। ଏହା ପ୍ରଭାବରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହୋଇପାରେ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାକୁ ୧୧୦ରୁ ୧୨୦ କିଲୋମିଟର ରହିବ। ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ ଏନଡିଆରଏଫ ମୁତୟନ କରାଯାଇଛି। ଭାରତୀୟ ସେନା ଓ ନୌସେନାର ଟିମକୁ ବି ସତର୍କ ରଖାଯାଇଛି। ଦୀଘା ସମୁଦ୍ରକୂଳରେ ସତର୍କତାମୂଳକ ପଦକ୍ଷେପ ନିଆଯାଇ ଦୋକାନ ବଜାର ବନ୍ଦ ଲାଗି ନିର୍ଦ୍ଦେଶ ଦିଆଯାଇଥିବାବେଳେ ସମୁଦ୍ରରେ ସ୍ନାନ ଲାଗି ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ସମୁଦ୍ର ଢେଉ ଉଚ୍ଚତା ବଢ଼ିବା ସହ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories