www.samajalive.in
Friday, December 12, 2025
26.1 C
Bhubaneswar

ଆଇପିଏଲ ୨୦୨୪: କୋଲକାତା ନାଇଟ ରାଇଡର୍ସ ଚାମ୍ପିଅନ

ଚେନ୍ନାଇ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୪ରେ କୋଲକାତା ନାଇଟ୍‌ ରାଇଡର୍ସ ଚାମ୍ପିଅନ୍‌ ହୋଇଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ୮ ୱିକେଟ୍‌ରେ ପରାସ୍ତ କରି କୋଲକାତା ନାଇଟ ରାଇଡର୍ସ ବିଜୟୀ ହୋଇଛି। ମାତ୍ର ୧୦.୩ ଓଭରରେ ଫାଇନାଲ ଜିତି ଟାଇଟଲ ହାତେଇଲା। ସନରାଇଜର୍ସ ହାଇଦ୍ରାବାଦ ମାତ୍ର ୧୧୩ରେ ଅଲଆଉଟ ହୋଇଥିବାବେଳେ କୋଲକାତା ନାଇଟ ରାଇଡର୍ସ ୨ ୱିକେଟ ବିନିମୟରେ ୨୧୪ ରନ ସ୍କୋର କରି ଚାମ୍ପିଅନ ହୋଇଥିଲା।

ଏଠାରେ ସୂଚନା ଯୋଗ୍ୟ ଯେ କୋଲକାତା ନାଇଟ୍‌ ରାଇଡର୍ସ ତୃତୀୟ ଥର ପାଇଁ ଆଇପିଏଲ୍‌ ଚାମ୍ପିଅନ୍‌‌ ହୋଇଛି। କୋଲକାତା ନାଇଟ ରାଇଡର୍ସ ପୂର୍ବରୁ ୨୦୧୨ ଓ ୨୦୧୪ରେ ଚାମ୍ପିଅନ୍‌ ହୋଇଥିଲାବେଳେ ୨୦୨୪ ଅର୍ଥାତ ୧୦ ବର୍ଷ ପରେ ପୁଣି ଥରେ ଆଇପିଏଲ ଚାମ୍ପିଅନ ହେବାର ଗୌରବ ଅର୍ଜନ କରିଛି।

- Advertisement -

ଫାଇନାଲ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଏବଂ ମାତ୍ର ୧୧୩ ରନ ସ୍କୋର ସହ କୋଲକାତା ନାଇଟ ରାଇଡର୍ସ ଆଗରେ ବିଜୟ ପାଇଁ ୧୧୪ ରନର ଲକ୍ଷ୍ୟ ରଖିଥିଲା।

ଏହି ମ୍ୟାଚରେ ହାଇଦ୍ରାବାଦ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ମାତ୍ର ୬ ରନରେ ଦଳ ନିଜର ଦୁଇ ଓପନର ଟ୍ରାଭିସ ହେଡ ଓ ଅଭିଷେକ ଶର୍ମାଙ୍କୁ ହରାଇଥିଲା। ଏହାପରେ ଅଧିନାୟକ ପାଟ କମିନ୍ସ ୨୪ ରନ ଓ ଆଇଡେନ ମାର୍କରାମ ୨୦ ରନ କରିଥିଲେ । ନୀତୀଶ ରେଡ୍ଡୀ ୧୩ ଓ ହେନଲିକ କ୍ଲାସେନ ୧୬ ରନ ସ୍କୋର କରି ଫାଭିଲିଆନ ଫେରିଯାଇଥିଲେ।

କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ଆନ୍ଦ୍ରେ ରସେଲ ୩ଟି ଓ୍ବିକେଟ ନେଇଥିବାବେଳେ ହର୍ଷିତ ରାଣା ଓ ମିଚେଲ ଷ୍ଟାର୍କ ୨ଟି ଲେଖାଏଁ ଓ୍ବିକେଟ ଦଖଲଲ କରିଥିଲେ। ସେହିପରି ସୁନୀଲ ନାରାୟଣ, ବୈଭବ ଆରୋରା ଓ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏଁ ଓ୍ବିକେଟ ନେଇ ଦଳକୁ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories