www.samajalive.in
Friday, December 12, 2025
19.1 C
Bhubaneswar

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ରେମାଲ’, ପଶ୍ଚିମବଙ୍ଗ ଉପକୂଳରେ ପ୍ରବଳ ବର୍ଷା ସହ ପବନ ବହୁଛି।

ଭୁବନେଶ୍ବର: ବାତ୍ୟା ‘ରେମାଲ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ। ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁଲା। ପ୍ରାୟ ୪ ଘଣ୍ଟା ଧରି ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିବ। ମଧ୍ୟରାତ୍ରୀ ସୁଦ୍ଧା ପବନର ବେଗ ୧୧୦ରୁ ୧୨୦କିମି ଛୁଇଁବା ସମ୍ଭାବନା ରହିଛି। ପଶ୍ଚିମବଙ୍ଗ ଉପକୂଳରେ ପ୍ରବଳ ବର୍ଷା ସହ ପବନ ବହୁଛି। ବାତ୍ୟା ‘ରେମାଲ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ହେବା ପରେ ବହୁ ସ୍ଥାନରେ ଗଛଲତା ଟଳିପଡ଼ିଛି। ଗଛ ଉପୁଡ଼ି ଯାଇ ରାସ୍ତା ଉପରେ ପଡ଼ିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

ବଙ୍ଗୋପସାଗରରେ ସୃଷ୍ଟ ବତ୍ୟା ‘ରେମାଲ’ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବର୍ଷା ହେଉଥିବାବେଳେ ଅଶାନ୍ତ ହୋଇଛି ସମୁଦ୍ର । ଉପକୂଳ ଜିଲାଗୁଡିକରେ ବର୍ଷା ସହ ପବନ ବହିବାର ଆଶଙ୍କା ଥିବାରୁ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ ଓ ଅଗ୍ନିଶମ କର୍ମଚାରୀଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅପରପକ୍ଷରେ ସେପଟେ ପ୍ରଭାବିତ ହେବାକୁ ଥିବା ରାଜ୍ୟ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଥିବା ସୂଚନା ମିଳିଛି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories