www.samajalive.in
Sunday, December 7, 2025
23.1 C
Bhubaneswar

ଦୁଇ ତିନି ଦିନରେ ୩ରୁ ୫ ଡିଗ୍ରୀ ବଢିବ ତାତି

ଭୁବନେଶ୍ଵର: ପୁଣି ବଢିବ ତାତି, କଲବଲ କରିବ ଖରା। ଆଗାମୀ ଦୁଇ ତିନି ଦିନରେ ତାପମାତ୍ରା ୩ ଡିଗ୍ରୀରୁ ୫ ଡିଗ୍ରୀ ବଢିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ଗୁଳୁଗୁଳି ସ୍ଥିତି ରହିବ ଏବଂ ତାପମାତ୍ରା ବି ବୃଦ୍ଧି ପାଇବ। ୨୯ ଏବଂ ୩୦ ତାରିଖରେ ୪ ଜିଲ୍ଲାରେ ଗ୍ରୀଷ୍ଣ ପ୍ରବାହ ସ୍ଥିତି ରହିବ। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ନୂଆପଡାରେ ତାତି ବଢିବା ନେଇ ସୂଚନା​‌ ରହିଛି। ୩୦ ରୁ ୧ ତାରିଖରେ କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ପବନ ହୋଇପାରେ। ଅନ୍ୟପଟେ ଆସନ୍ତା ୫ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ-ନିକୋବର ପହଞ୍ଚି ସାରିଛି। ଏହା ଆସନ୍ତା ମେ’ ୩୧ କିମ୍ବା ଜୁନ୍‌ ୧ ତାରିଖରେ କେରଳ ଉପକୂଳ ଛୁଇଁବ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏଥର ସଅଳ ଆସିବ ଏବଂ ଦେଶରେ ସ୍ବାଭାବିକରୁ ଅଧିକ ବର୍ଷା ଆଣିବ। ଜୁନରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ମୌସୁମୀ ଋତୁରେ ଦେଶର ଅଧିକାଂଶ ଅଞ୍ଚଳରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories