www.samajalive.in
Saturday, December 6, 2025
26.1 C
Bhubaneswar

କନ୍ୟାକୁମାରୀରେ ଦୁଇଦିନ ଧ୍ୟାନ କରିବେ ମୋଦୀ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପ୍ରଚାର ଶେଷ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନ ଧରି କନ୍ୟାକୁମାରୀର ସ୍ବାମୀ ବିବେକାନନ୍ଦ ଧ୍ୟାନ ମଣ୍ଡପମ୍‌ରେ ଧ୍ୟାନରେ ବସିବେ। ମେ ୩୦ ତାରିଖରେ ଶେଷ ପର୍ଯ୍ୟାୟ ଲୋକସଭା ନିର୍ବାଚନ ନିମନ୍ତେ ପ୍ରଚାର ​‌ଶେଷ ହେବ। ତେଣୁ ମୋଦୀ ମେ ୩୦ ତାରିଖ ସନ୍ଧ୍ୟାରୁ ଜୁନ୍‌ ୧ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଏଠାରେ ଧ୍ୟାନ କରିବେ। କନ୍ୟାକୁମାରୀର ସ୍ବାମୀ ବିବେକାନନ୍ଦୀ ସ୍ମାରକୀ ସ୍ଥଳର ଏକ ସ୍ବତନ୍ତ୍ର ମାହାତ୍ମ୍ୟ ରହିଛି। କାରଣ ଏଠାରେ ଧ୍ୟାନ କରିବା ପରେ ବିବେକାନନ୍ଦଙ୍କ ଜୀବନରେ ଏକ ବଡ ପରିବର୍ତ୍ତନ ଆସିଥିଲା ବୋଲି କୁହାଯାଏ। ବିବେକାନନ୍ଦ ସାରା ଦେଶ ଭ୍ରମଣ କରିବା ପରେ ଏହି ସ୍ମାରକୀ ସ୍ଥଳରେ ତିନିଦିନ ଧରି ଧ୍ୟାନ କରିଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories