www.samajalive.in
Friday, December 5, 2025
26.1 C
Bhubaneswar

ଚନ୍ଦନଯାତ୍ରାରେ ବାଣ ବିସ୍ଫୋରଣ; ୨ ମୃତ, ୩୦ରୁ ଅଧିକ ଆହତ

ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୨୮ଜଣଙ୍କୁ କଟକ ଓ ଭୁବନେଶ୍ୱର ହସ୍ପିଟାଲରେ ଚିକିତ୍ସା କରାଯାଉଛି।
ନରେନ୍ଦ୍ର ପୁଷ୍କରଣୀର ଦେବୀଘାଟ ନିକଟରେ ଭଉଁରୀ ଅବସରରେ ପାରମ୍ପରିକ ଭାବେ ବାଣ ମରାଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା। ଗୋଟିଏ ବାଣରେ ନିଆଁ ଲାଗି ସେଠାରେ ରଖାଯାଇଥିବା ବାଣ ବସ୍ତାରେ ପଡିବାରୁ ହଠାତ ବିସ୍ଫୋରଣ ହୋଇଥିଲା। ଆହତଙ୍କ ସ୍ଥାନୀୟ ଲୋକ ଓ ପ୍ରଶଶସନର ସହାୟତାରେ ପୁରୀ ମେଡିକାଲରେ ପ୍ରଥମେ ଭର୍ତ୍ତି କରାଯାଇଥିଲା। ଗୁରୁତରଙ୍କୁ କଟକ ଓ ଭୁବନେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ କଟକ ଜିଲ୍ଲାପାଳ ଏସସିବିରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ସେମାନଙ୍କୁ ସମସ୍ତ ପ୍ରକାର ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଏହି ଭୟଙ୍କର ବିସ୍ଫୋରଣ ଘଟଣାର ତଦନ୍ତ କରାଯିବ ବୋଲି ପ୍ରଦୀପ ଜେନା କହିଛନ୍ତି।

 

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories