www.samajalive.in
Sunday, December 7, 2025
15.1 C
Bhubaneswar

ନୋଏଡାରେ ଅଗ୍ନିକାଣ୍ଡ ; ଏସି ବିସ୍ଫୋରଣ ପରେ ଲାଗିଲା ନିଆଁ..

ଲକ୍ଷ୍ନୌ : ନୋଏଡାର ସେକ୍ଟର -୧୦୦ ସ୍ଥିତ ବଡ ଅଟ୍ଟାଳିକାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏସି ବିସ୍ଫୋରଣ ହେତୁ ଏହି ଅଘଟଣ ଘଟିଛି। ଘର ଭିତରୁ ନିଆଁ ଓ ଧୂଆଁ ବାହାରୁଥିବାର ଦେଖି ହଇଚଇ ସୃଷ୍ଟି ହୋଇଥିଲା। ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ଖବର ପାଇବା ମାତ୍ରେ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ସେମାନେ ପହଞ୍ଚିବା ପୂର୍ବରୁ ଅଟ୍ଟାଳିକାର କର୍ମଚାରୀଙ୍କ ଦ୍ୱାରା ସ୍ଥାପିତ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସାହାଯ୍ୟରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା।

ବଡ ଆଶ୍ୱସ୍ତି ; କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

- Advertisement -

ଦମକଳ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ୧୦ ଟା ୧୧ରେ ଏହି ଅଟ୍ଟାଳିକାର ୧୦ମ ମହଲାରେ ଥିବା ଏକ କକ୍ଷରେ ଏସି ବିସ୍ଫୋରଣ ହେତୁ ସର୍ଟ ସର୍କିଟ ପରେ ନିଆଁ ଲାଗି ଯାଇଥିଲା। ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଏଥିରେ କୌଣସି ଜୀବନହାନୀ ହୋଇ ନାହିଁ ବୋଲି ସୂଚନା ମିଳିଛି। ନିଆଁ ଲାଗିବା ମାତ୍ରେ ଲୋକେ ଘର ଭିତରୁ ବାହାରକୁ ପଳାଇ ଆସିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories