ପୁରୀ: ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଥିଲା। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ନିଆଁ ଅନ୍ୟତ୍ର ବ୍ୟାପିବା ଆଗରୁ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଶନିବାର ସକାଳୁ ସକାଳୁ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ହଠାତ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ହେଲେ ଅତ୍ୟଧିକ ଧୁଆଁ ହେଉଥିବାରୁ ଅଗ୍ନିଶମ ବାହିନୀକୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡ଼ିଥିଲା। ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ। ତେବେ କିଏ ନିଆଁ ଲଗାଇଲା, କାହିଁକି ନିଆଁ ଲଗାଇଲା ତାହାର କାରଣ ଅସ୍ପଷ୍ଟ ରହିଛି।
Popular Categories



