ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଶୋକ

ପାଟଣା: କେନ୍ଦୁଝର ଜିଲ୍ଲାର ଅନ୍ୟତମ ବରପୁତ୍ର ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି। ତାଙ୍କ ବିୟୋଗରେ ପୂର୍ବତନ ସାଂସଦ ଅନନ୍ତ ନାୟକ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ଶେଷ ଦର୍ଶନ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସେହିପରି କଂଗ୍ରେସ ଲୋକସଭା ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି। ଏହାଛଡା ପାଟଣା ବିଧାୟକ ଜଗନ୍ନାଥ ନାଏକ, ପୂର୍ବତନ ବିଧାୟକ ହୃଷୀକେଶ ନାଏକ, ପାଟଣା ବିଜେପି ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାଏକ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ପାଟଣା ବ୍ଲକ ବିଜେଡ଼ି ସଭାପତି ମାଧବାନନ୍ଦ ପୃଷ୍ଟି, ପୂର୍ବତନ ଜିଲ୍ଲା ବିଜେପି ସଭାପତି ରାଧାକାନ୍ତ ମହାନ୍ତ, ଉତ୍ତର ଓଡ଼ିଶା ସାହିତ୍ୟ ସଂସ୍କୃତି ସମ୍ମେଳନର ସଭାପତି ନୃସିଂହ ନାଥ ସିଂହ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ଶ୍ରୀ କୁଅଁରଙ୍କ ବିୟୋଗ ସମଗ୍ର କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି।

Comments are closed.