www.samajalive.in
Sunday, December 7, 2025
15.1 C
Bhubaneswar

ଶାନ୍ତିଶୃଙ୍ଖଳା ମଧ୍ୟରେ ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ  ନିର୍ବାଚନ, ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଓ ଉତ୍ସାହ

ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ସପ୍ତମ ପର୍ଯ୍ୟାୟରେ ତଥା ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟରେ ୦୫-ମୟୂରଭଞ୍ଜ (ଏସ୍.ଟି.), ୦୬-ବାଲେଶ୍ୱର, ୦୭-ଭଦ୍ରକ (ଏସ୍.ସି.), ୦୮-ଯାଜପୁର(ଏସ୍.ସି.), ୧୫-କେନ୍ଦ୍ରାପଡ଼ା ଓ ୧୬-ଜଗତସିଂହପୁର(ଏସ୍.ସି.) ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ ହୋଇଛିା

ରାଜ୍ୟରେ ଉପରୋକ୍ତ ୬ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୪୨ ବିଧାନସଭା କ୍ଷେତ୍ରରେ ଭୋଟରମାନେ ଅପୂର୍ବ ଆନନ୍ଦ ଓ ଉତ୍ସାହର ସହ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ କରି ଜାତୀୟ କର୍ତ୍ତବ୍ୟ ନିଭାଇଛନ୍ତିା ମତଦାନରେ ସମସ୍ତ ବର୍ଗର ଭୋଟର ଯଥା-ନୂଆ ଭୋଟର, ଯୁବ ଭୋଟର, ମହିଳା ଭୋଟର, ଭିନ୍ନକ୍ଷମ ଭୋଟର, ତୃତୀୟ ଲିଙ୍ଗୀ ଭୋଟର, ଆଦିମ ଜନଜାତି ଭୋଟର ସାମିଲ ହୋଇ ନିଜ ଅଧିକାର ସାବ୍ୟସ୍ତ କରି ଗଣତାନ୍ତ୍ରିକ ପରମ୍ପରାକୁ ସୁଦୃଢ଼ କରିଥିବାରୁ ସମସ୍ତ ଭୋଟରଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାଧୁବାଦ ଜଣାଇଛନ୍ତିା ଏତଦ୍ବ୍ୟତୀତ ଶାନ୍ତିଶୃଙ୍ଖଳାର ସହ ମତଦାନ ପରିଚାଳନା କାର୍ଯ୍ୟ କରିଥିବାରୁ ସମସ୍ତ ପୋଲିଂ କର୍ମଚାରୀ, ସୁରକ୍ଷା ବଳଙ୍କୁ ମଧ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସାଧୁବାଦ ଜଣାଇଛନ୍ତିା

- Advertisement -

ସୂଚନାଯୋଗ୍ୟ ଯେ କେତେକ ବୁଥରେ ସନ୍ଧ୍ୟା ପର୍ଯ୍ୟନ୍ତ ମତଦାନ କରିବା ପାଇଁ ଭୋଟରମାନେ ଲମ୍ବା ଧାଡ଼ିରେ ଛିଡ଼ା ହୋଇଥିଲୋ ନିର୍ଦ୍ଧାରିତ ମତଦାନ ସମୟ ସୁଦ୍ଧା ବୁଥରେ ଥିବା ସମସ୍ତ ଭୋଟର ମତଦାନ କରୁଛନ୍ତିା ସକାଳୁ ମକପୋଲ ସମୟରେ ଅଳ୍ପକିଛି ସ୍ଥାନରେ ଇଭିଏମ୍ ମେସିନରେ ତ୍ରୁଟି ଦେଖାଯାଇଥିବାରୁ ତୁରନ୍ତ ତାହା ବଦଳା ଯାଇଥିଲା ଏବଂ ମତଦାନ ସ୍ୱାଭାବିକ ଭାବେ ଚାଲିଥିଲାା ପୋଲିଂ ଆରମ୍ଭ ହେବା ପରେ ସ୍ୱଳ୍ପ କିଛି ଇଭିଏମରେ ତ୍ରୁଟି ଦେଖାଦେଇଥିଲା ଏବଂ ସେଗୁଡ଼ିକୁ ମଧ୍ୟ ବଦଳା ଯାଇଥିଲାା ଉକ୍ତ ବୁଥରେ ଭୋଟରମାନେ ଧୈର୍ଯ୍ୟର ସହ ଅପେକ୍ଷା କରିଥିବାରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭୋଟରମାନଙ୍କୁ ସାଧୁବାଦ ଜଣାଇଛନ୍ତିା

ଭୋଟରମାନଙ୍କୁ ମତଦାନ ପ୍ରତି ଆକର୍ଷିତ କରିବା ପାଇଁ ଆଦର୍ଶ ମତଦାନ କେନ୍ଦ୍ରରେ ଗଣତନ୍ତ୍ରର ମହାପର୍ବର ଖୁବ୍ ସୁନ୍ଦର ଚିତ୍ର ଦେଖିବାକୁ ମିଳିଥିଲାା ଯୁବ କର୍ମଚାରୀ ପରିଚାଳିତ ବୁଥ୍, ମହିଳା କର୍ମଚାରୀ ପରିଚାଳିତ ବୁଥ୍, ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ବୁଥ୍ ଆଦି ସ୍ଥାପନ କରାଯାଇ ଭୋଟରମାନଙ୍କୁ ସ୍ୱାଗତ କରାଯାଇଥିଲାା ଅନେକ ବୁଥରେ ସ୍ଥାନୀୟ ଚିତ୍ରକଳା, ଜନଜାତି ଥିମ୍ ଦେଖିବାକୁ ମିଳିଥିଲାା ସମସ୍ତ ବୁଥରେ ମତଦାତାମାନଙ୍କୁ ମତଦାନର ସୁଖଦ ଅନୁଭୂତି ଦିଆଯିବା ପାଇଁ ପ୍ରୟାସ କରାଯାଇଥିଲାା ସମସ୍ତ ବୁଥରେ ପାନୀୟ ଜଳ, ଛାଇ, ଶୌଚାଳୟ ଆଦିର ବ୍ୟବସ୍ଥା କରାଯାଇଥିଲାା ପ୍ରତି କେନ୍ଦ୍ରରେ ଭୋଟର ସହାୟତା କେନ୍ଦ୍ର ଖୋଲାଯାଇଥିଲାା

ଭିନ୍ନକ୍ଷମ ଓ ବରିଷ୍ଠ ଭୋଟରମାନଙ୍କୁ ସ୍ବେଚ୍ଛାସେବୀମାନେ ମତଦାନରେ ସାହାଯ୍ୟ କରିଥିଲୋ ସେମାନଙ୍କୁ ଘରୁ ମତଦାନ କେନ୍ଦ୍ର ଆସିବା ଓ ଯିବା ପାଇଁ ମାଗଣାରେ ଯାନ ବ୍ୟବସ୍ଥା କରାଯାଇଥିଲାା ସମସ୍ତ ମତଦାନ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ରଖାଯାଇଥିଲାା ୱେବକାଷ୍ଟିଂ ଜରିଆରେ ନିର୍ଦ୍ଦିଷ୍ଟ ବୁଥଗୁଡ଼ିକ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ଜିଲା ନିର୍ବାଚନ ଅଧିକାରୀ ଓ ରିଟର୍ଣ୍ଣିଂ ଅଫିସରମାନଙ୍କ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଥିଲାା ରିପୋର୍ଟ ପ୍ରସ୍ତୁତ ବେଳକୁ କିଛି ବୁଥରୁ ପୋଲିଂ ପାର୍ଟିମାନେ ରିସିଭିଂ ସେଣ୍ଟରକୁ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛନ୍ତିା

ଏହା ସହ ରାଜ୍ୟରେ ଆଜି ସପ୍ତମ ପର୍ଯ୍ୟାୟ ମତଦାନ ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିଜ ନିଜର ଭୋଟ ଦ୍ୱାରା ଭାରତୀୟ ଗଣତନ୍ତ୍ରକୁ ସୁଦୃଢ଼ କରିଥିବାରୁ ସମସ୍ତ ମତଦାତାଙ୍କୁ କୃତଜ୍ଞତା ଜଣାଇଛନ୍ତିା ଏହି ଅବସରରେ ଚାରୋଟି ପର୍ଯ୍ୟାୟ ନିର୍ବାଚନ ପରିଚାଳନାରେ ଅଂଶୀଦାର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ, ରିଟର୍ଣ୍ଣିଂ ଅଧିକାରୀ, ପୋଲିସ ଅଧିକାରୀ, ପୋଲିଂ କର୍ମଚାରୀ, ସୁରକ୍ଷାବଳ, ସ୍ବେଚ୍ଛାସେବୀ ତଥା ଏଥିରେ ଅଂଶଗ୍ରହଣ କରିଥିବା ରାଜନୈତିକ ଦଳ ଓ ପ୍ରାର୍ଥୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତିା

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧ#କାରୀ, ଯୁଗ୍ମ ମୁଖ୍ୟ ନର୍ବାଚନ ଅଧ#କାରୀ, ଅନ୍ୟ ସମସ୍ତ ବରିଷ୍ଠ ଅଧ#କାରୀ ଓ ସମସ୍ତ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତିା ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ଶାନ୍ତିଶୃଙ୍ଖଳାର ସହ ଓଡ଼ିଶାରେ ମତଦାନ ପ୍ରକ୍ରିୟା ପାଇଁ ସମଗ୍ର ରାଜ୍ୟବାସୀଙ୍କ ଅଭିନନ୍ଦନ ଜଣାଇବା ସହ ଭାରତୀୟ ଗଣତନ୍ତ୍ରକୁ ଏହା ପରିପୃଷ୍ଟ କରିବ ବୋଲି ମତପ୍ରକାଶ କରିଛନ୍ତିା

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories