www.samajalive.in
Sunday, December 7, 2025
26.1 C
Bhubaneswar

ଭୟଙ୍କର ଦୁର୍ଘଟଣା: ଟ୍ରାକ୍ଟର ଓଲଟି ୧୩ ମୃତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ରାଜଗଡ଼ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପଡିଛି। ଘଟଣାସ୍ଥଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏମାନେ ଏକ ବିବାହ ଉତ୍ସବରେ ଯୋଗଦେବାକୁ ରାଜଗଡ କୁଲାମପୁରାକୁ ଯାଉଥିଲେ। ଟ୍ରାକ୍ଟରରେ  ପ୍ରାୟ ୪୦ରୁ ୫୦ ଜଣ ଲୋକ ରହିଥିଲେ। ସମସ୍ତ ମୃତାହତ ରାଜସ୍ଥାନ ମୋତିପୁରା ଗାଁର ହୋଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories