www.samajalive.in
Sunday, December 7, 2025
13.1 C
Bhubaneswar

ଉପକୂଳରେ ଜାରି ରହିବ ଗୁଳୁଗୁଳି: ୬ ଜିଲ୍ଲାକୁ ଗ୍ରୀଷ୍ମଲହରୀ ସତର୍କତା

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ପବନ ହୋଇଥିବାବେଳେ ସୋମବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲା। ଆଜିଠାରୁ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ ‌ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।  ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। ପରବର୍ତ୍ତୀ ୪ ଦିନ ଯାଏଁ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ସୋମବାର ନୂଆପଡ଼ାରେ ସର୍ବାଧିକ ୪୧.୬ ଡିଗ୍ରୀ, ଟିଟିଲାଗଡ଼ରେ ୪୧ ଡିଗ୍ରୀ, ବଲାଙ୍ଗିରରେ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିବାବେଳେ ଭୁବନେଶ୍ବରରେ ୩୫.୬ ଡିଗ୍ରୀ ଓ କଟକରେ ୩୪.୮ ଡିଗ୍ରୀ ରେକର୍ଡ଼ ହୋଇଛି। ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ଓ ଅସୁସ୍ଥତା ବୃଦ୍ଧି ପାଉଥିବାବେଳେ ଏନେଇ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ ଆୟୋଗଙ୍କ ପକ୍ଷରୁ କୁହାଯାଇଛି। ବିଶେଷକରି ଶିଶୁ, ଗର୍ଭବତୀ ଓ ଅସୁସ୍ଥଙ୍କ ପାଇଁ ସତର୍କ ରହିବା, ଦିନ ୧୧ଟାରୁ ୩ ଟା ପର୍ଯ୍ୟନ୍ତ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ମଙ୍ଗଳବାର ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, ବରଗଡ଼, ନୂଆପଡ଼ା ଏବଂ କନ୍ଧମାଳ ଜିଲାକୁ ଗ୍ରୀଷ୍ମପ୍ରବାହ ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ପ୍ରଭୃତି ଉପକୂଳ ଜିଲାଗୁଡ଼ିକରେ ଉଷ୍ମ-ଆର୍ଦ୍ର ପାଗ ଯୋଗୁଁ ଗୁଳୁଗୁଳି ନେଇ ହଳଦିଆ ସତର୍କତା ଜାରି ହୋଇଛି। ବୁଧବାର ରାଜ୍ୟରେ ପାଗ ଅପରିବର୍ତ୍ତିତ ରହିବ। ଗୁରୁବାରଠାରୁ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories