www.samajalive.in
Monday, December 8, 2025
24.1 C
Bhubaneswar

ମୁଖ୍ୟମନ୍ତ୍ରୀ ଦୌଡରେ ବିଜେପିର ଏକାଧିକ ଆଶାୟୀ

ଭୁବନେଶ୍ୱର: ବିଧାନସଭାରେ ବିଜେପି ଏକାକୀ ୭୮ଟି ଆସନ ଜିତି ସଂଖ୍ୟା ଗରିଷ୍ଠତା ହାସଲ କରିବା ସହିତ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ କରିବା ସ୍ପଷ୍ଟ ହୋଇଛି। ସରକାର ଗଢିବା ପାଇଁ ଜନାଦେଶ ମିଳିବା ପରେ ବିଜେପିର କିଏ ମୁଖ୍ୟମନ୍ତ୍ରୀ ହେବେ ତାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। କେବଳ ବିଜେପିରେ ନୁହେଁ ରାଜ୍ୟବାସୀ ମଧ୍ୟ ଦୀର୍ଘ ୨୫ବର୍ଷ ପରେ ଜଣେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ଦଳ ନିର୍ବାଚନ ଲଢିଥିଲେ ମଧ୍ୟ କେନ୍ଦ୍ରୀୟ ନେତୃତ୍ୱ ଓଡ଼ିଶାର ବିଧାନସଭା ଓ ଲୋକସଭା ଆସନ ଉପରେ ଅତ୍ୟନ୍ତ ଗୁରୁତ୍ୱ ଦେଇଥିଲେ। ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଗୃହମନ୍ତ୍ରୀ, ବିଜେପି ରାଷ୍ଟ୍ରୀୟ ସଭାପତିଙ୍କ ସମେତ ଏକାଧିକ କେନ୍ଦ୍ରମନ୍ତ୍ରୀ ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ତୋଫାନୀ ଲାଗି ପ୍ରଚାର କରିଥିଲେ।
କେନ୍ଦ୍ରୀୟ ନେତାଙ୍କ ସୁଚିନ୍ତିତ ରଣନୀତି ଯୋଗୁଁ ଦଳ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ ଆଶାଠାରୁ ଅଧିକ ସଫଳତା ପାଇଛି। ଦଳ ବିଧାନସଭାରେ ୭୮ ଓ ଲୋକସଭାରେ ୨୦ଟି ଆସନ ଅକ୍ତିଆର କରିଛି। ଦଳ ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପାଇବା ପରେ କିଏ ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ଦଳୀୟ ନେତୃତ୍ୱଙ୍କ ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଛି। ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଭୂପେନ୍ଦ୍ର ଯାଦବ ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଦୌଡରେ ଅନେକଙ୍କ ନାମ ଚର୍ଚ୍ଚା ହେଉଥିବା ବେଳେ ଦଳୀୟ ଶୀର୍ଷ ନେତୃତ୍ୱ ଯାହା ନାମରେ ମୋହର ମାରିବେ ତାକୁ ବିଧାୟକ ଦଳ ବୈଠକରେ ମୋହର ମରାଯିବ ବୋଲି ଜଣେ ନିର୍ବାଚିତ ବିଧାୟକ ମତ ଦେଇଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories