www.samajalive.in
Sunday, December 7, 2025
18.1 C
Bhubaneswar

ପୁରୀ ବାଣ ବିସ୍ଫୋରଣ ଘଟଣା: ଆଉ ଜଣେ ମୃତ

ପୁରୀ : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୫ରେ ପହଞ୍ଚିଛି। ୧୨ଜଣ ଏବେ ବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଏସଆରସିଙ୍କ  କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ସୁସ୍ଥ ହୋଇ ୯ଜଣ ଘରକୁ ଫେରିଛନ୍ତି।  ଚିକିତ୍ସାଧୀନ ଆହତଙ୍କ ଅବସ୍ଥା ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ସମ୍ପର୍କ ରଖାଯାଇଛି। ଆହତଙ୍କ ଚିକିତ୍ସା ଖର୍ଚ୍ଚ ସରକାରଙ୍କ ପକ୍ଷରୁ ବହନ କରାଯାଉଛି। ମୃତକଙ୍କ ପରିବାରକୁ ସରକାରଙ୍କ ଘୋଷଣା ଅନୁଯାୟୀ ୪ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯାଉଛି। ଆଜି  ଏହି ଘଟଣାର ତଦନ୍ତ କରାଯିବ। ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ ପୁରୀ ସ୍ବତନ୍ତ୍ର ସର୍କିଟ୍‌ ହାଉସରେ ତଦନ୍ତ କରିବେ। ଜିଲା ପ୍ରଶାସନ, ମନ୍ଦିର ପ୍ରଶାସନ, ପୁଲିସ, ଅଗ୍ନିଶମ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିକାରୀଙ୍କଠାରୁ ସେ ତଥ୍ୟ ସଂଗ୍ରହ କରିବେ। ଏହାଛଡ଼ା ପ୍ରତ୍ୟକ୍ଷଦର୍ଶୀ, ମୃତାହତଙ୍କ ସମ୍ପର୍କୀୟ ଏବଂ ଆଗ୍ରହୀ ବ୍ୟକ୍ତି ତାଙ୍କୁ ସାକ୍ଷାତ କରି ଘଟଣା ସମ୍ପର୍କରେ ଅଭିଯୋଗ ଏବଂ ପ୍ରସ୍ତାବ ଦେଇ ପାରିବେ।  ସୋମବାର ଏହି ଘଟଣାରେ ପୁଲିସ ଦୁଇଜଣ ବାଣ ବ୍ୟବସାୟୀଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories