www.samajalive.in
Saturday, December 13, 2025
26.1 C
Bhubaneswar

ସପ୍ତଦଶ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ସପ୍ତଦଶ ଲୋକସଭା ଭଙ୍ଗ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆ ସରକାର ଗଠନ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରାଷ୍ଟ୍ରପତି ଭବନକୁ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ଇସ୍ତଫାପତ୍ର ଦେଇଥିଲେ। ଏହା ପରେ ରାଷ୍ଟ୍ରପତି ଲୋକସଭା ଭଙ୍ଗ କରିଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ଲୋକସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିଲା। ୫୪୩ ଆସନ ମଧ୍ୟରୁ ବିଜେପି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ବହୁମତ ହାସଲ କରିଛି। ଏନଡିଏକୁ ୨୯୨ ଆସନ ମିଳିଛି। ସେଥିରୁ ବିଜେପି ଏକାକୀ ୨୪୦ ଆସନ ଦଖଲ କରିଛି। ତେଣୁ ସହଯୋଗୀ ଦଳଗୁଡ଼ିକ ସହିତ ମିଶି ବିଜେପି ଏଥର ସରକାର ଗଠନ କରିବାକୁ ପ୍ରସ୍ତୁତି ଚଳାଇଛି। ଏଥି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି।

- Advertisement -

 

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories