www.samajalive.in
Sunday, December 7, 2025
23.1 C
Bhubaneswar

୪୮ ଘଣ୍ଟାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଶୀଘ୍ର ଆସିବ ମୌସୁମୀ। ୨ ରୁ ୩ ଦିନ ମଧ୍ୟରେ ଆସିବ। ସ୍ୱଭାବିକ ସମୟର ୨ ଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଓଡିଶା ମୌସୁମୀ ଛୁଇଁବା ପାଇଁ ପାଗ ଅନୁଭୂଳ ରହିଛି। ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଜ୍ରପାତ ନେଇ ୨୦ ଜିଲାକୁ ହଳଦିଆ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବ।

ପତିଙ୍କର ଦୀର୍ଘାୟୁ, ଶନି ସାଢେସାତିରୁ ମିଳିବ ମୁକ୍ତି, ବାସ୍ ଆପଣାନ୍ତୁ ଏହି ସରଳ ଉପାୟ..

- Advertisement -

ମୌସୁମୀକୁ ବାଟ କଢାଇବାରେ ସହାୟକ ହେବ କାଳବୈଶାଖୀ। ୮,୯, ୧୦ ତାରିଖରେ ପଶ୍ଚିମ ଓଡିଶାରେ ହେବ ଗ୍ରୀଷ୍ମ ପ୍ରବାହ। ବରଗଡ, ବଲାଙ୍ଗୀର ଓ ନୂଆପଡାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଏହି ସମୟରେ ୪୦ ରୁ ୪୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ। ୫ ଦିନ ଗରମ ଓ ଗୁଳୁଗୁଳିରେ ଓଡିଶାବାସୀ ଛଟପଟ ହେବେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories