www.samajalive.in
Sunday, December 7, 2025
23.1 C
Bhubaneswar

ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ୍

ଭୁବନେଶ୍ୱର : ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ୍ ସୁରେଶ, ବାଲକ୍ରିଷ୍ଣନ। ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ ସିଏମଓରୁ ଇସ୍ତଫା ଦେଇଛନ୍ତି। ସିଏମଓ ମୁଖ୍ୟ ଉପଦେଷ୍ଟା ପଦରୁ ସୁରେଶ ମହାପାତ୍ର ଇସ୍ତଫା ଦେଇଛନ୍ତି। ସେହିପରି ସ୍ପେଶାଲ ଇନିସିଏଟିଭ୍ ଉପଦେଷ୍ଟା ପଦରୁ ଆର୍. ବାଲକ୍ରିଷ୍ଣନଙ୍କ ଇସ୍ତଫା ଦେଇଛନ୍ତି।
୧୭ ନଭେମ୍ବର ୨୦୨୩ରେ ସୁରେଶ ମହାପାତ୍ର ସିଏମଓର ମୁଖ୍ୟ ଉପଦେଷ୍ଟା ନିଯୁକ୍ତି ପାଇଥିଲେ। ନୂଆ ଦାୟିତ୍ୱ ମିଳିବା ପରେ ସେ ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ତାଙ୍କୁ ନୂଆ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର।
ଫେବ୍ରୁଆରି ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦବୀରୁ ଅବସର ନେବା ପରେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଥିଲା। ବ୍ୟକ୍ତିଗତ କାରଣ ଦର୍ଶାଇ ସୁରେଶ ମହାପାତ୍ର ଓଇଆରସିର ଅଧ୍ୟକ୍ଷ ପଦବୀ ଛାଡ଼ିବାର ମାତ୍ର କିଛି ଘଣ୍ଟା ମଧ୍ୟରେ ତାଙ୍କୁ ନୂଆ ଦାୟିତ୍ଵ ମିଳିଥିଲା।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories