www.samajalive.in
Sunday, December 7, 2025
14.1 C
Bhubaneswar

ସାପ କାମୁଡ଼ାରେ ଯୁବକ ଗୁରୁତର

କଲମପୁର: ଚାଷ ଜମିରେ ଗଛ ଡାଳ କାଟି ସଫା କରୁଥିବାବେଳେ ବିମଲା ଗ୍ରାମର ଜନୈକ ଯୁବକ ସାପ କାମୁଡ଼ାରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବିମଲା ଗ୍ରାମର ଉଦେ ଦଳପତି ନାମକ ଯୁବକ ଏକ ଚାଷ ଜମିରେ ଥିବା କିଛି ଗଛ ଡାଳ କାଟି ସଫା କରୁଥିଲେ। ଏହି ସମୟରେ ଏକ ବିଷାକ୍ତ ସାପ ଉଦେଙ୍କ ହାତ ଆଙ୍ଗୁଠିକୁ କାମୁଡି ଦେଇଥିଲା। ଉଦେଙ୍କ ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ବର୍ତ୍ତମାନ ଉଦେଙ୍କ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା କରାଯିବା ସହ ଚିକିତ୍ସା କରାଯାଉଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories