www.samajalive.in
Sunday, December 7, 2025
26.1 C
Bhubaneswar

ଦୁର୍ଘଟଣାରେ ଯୁବକ ଗୁରୁତର, କଟକ ସ୍ଥାନାନ୍ତର

ଆଠଗଡ: ଆଠଗଡ-ଖୁଣ୍ଟୁଣୀ ରାସ୍ତାର ହେମମାଳପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପଲସର ଗାଡି ସହ ତେଲ ଟ୍ୟାଙ୍କର ଗାଡି ଧକ୍କା ହୋଇଛି। ଦୁର୍ଘଟଣାରେ ପଲସର୍ ବାଇକ ଚାଳକ ଜଣକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ଜଣକ ରାଜନଗର ଗାଁର ଜୟନ୍ତ ଦେହୁରୀ ବୋଲି ଜଣାପଡିଛି। ଜୟନ୍ତଙ୍କ  ମୁଣ୍ଡ ଓ ଗୋଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଠଗଡ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ସେପଟେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ୟାଙ୍କରଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି। ଏପର୍ଯ୍ୟନ୍ତ ଆଠଗଡ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନଥିବା ଜଣାପଡିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories