www.samajalive.in
Monday, December 8, 2025
14.1 C
Bhubaneswar

କିଏ ହେବେ ମୁଖ୍ୟମନ୍ତ୍ରୀ: ଆଜି ବସିବ ବିଧାୟକ ଦଳ ବୈଠକ

ଭୁବନେଶ୍ବର : ନୂଆ ସରକାର ଗଠନ ପାଇଁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଆଜି (ଶନିବାର) ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଧାର୍ଯ୍ୟ ହୋଇଛି। ଏହି ବୈଠକରେ ଯୋଗଦେବା ପାଇଁ ନିର୍ବାଚିତ ସମସ୍ତ ବିଜେପି ବିଧାୟକଙ୍କୁ ଅବଗତ କରାଯାଇଛି। ବୈଠକରେ ବିଧାୟକ ଦଳ ନେତା ନିର୍ବାଚିତ ହେବ ବୋଲି ଜଣାପଡ଼ିଛି। ବିଧାୟକ ଦଳ ନେତା ୧୦ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ବସୁଥିବାରୁ ରାଜ୍ୟ କାର୍ଯ୍ୟାଳୟରେ ପ୍ରସ୍ତୁତି ଜୋରଦାର କରାଯାଇଛି। ଆଜି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଦିଲ୍ଲୀରୁ ଫେରିବେ। ତାଙ୍କ ସହିତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଦଳର କେତେକ ବରିଷ୍ଠ ନେତା ମଧ୍ୟ ଭୁବନେଶ୍ବର ଫେରି ବିଧାୟକ ଦଳ ବୈଠକରେ ଯୋଗଦେବେ ବୋଲି ସୂଚନା ମିଳିଛି। ଶୁକ୍ରବାର ଅପରାହ୍ଣରେ ନୂଆଦିଲ୍ଲୀରେ ଅନୁଷ୍ଠିତ ସଂସଦୀୟ ଦଳ ବୈଠକରେ ଓଡ଼ିଶାରେ ସରକାର ଗଠନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀ ମନୋନୟନ ସମ୍ପର୍କରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଚାରବିମର୍ଶ ହୋଇଛି। ବୈଠକରେ ନରେନ୍ଦ୍ର ମୋଦୀ, ଅମିତ ଶାହା, ବିଜେପି ସଭାପତି ଜେ.ପି.ନଡ୍ଡାଙ୍କ ସହିତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା, ଅପରାଜିତା ଷଡଙ୍ଗୀଙ୍କ ସମେତ ରାଜ୍ୟର ସମସ୍ତ ନିର୍ବାଚିତ ସାଂସଦ ଯୋଗଦେଇଥିଲେ। ବୈଠକରେ ଦୀର୍ଘ ସମୟଧରି ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ରାଜ୍ୟର କିଏ ମୁଖ୍ୟମନ୍ତ୍ରୀ ହେବ, ସେ ସଂକ୍ରାନ୍ତରେ ଆଲୋଚନା ହୋଇ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନାମ ତାଲିକା ଧରି ଆଜି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର ଓଡ଼ିଶା ଆସିବେ। ସେ ବିଧାୟକ ଦଳ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିବେ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories