www.samajalive.in
Monday, December 8, 2025
17.1 C
Bhubaneswar

ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ କଡା ସୁରକ୍ଷା ବ୍ୟବସ୍ଥା

ଡେସ୍କ: ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ଅଦ୍ଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଉଥିବା ଜଣାପଡିଛି। ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳରେ ଜୁନ ୯ ଓ ୧୦ ତାରିଖ ପାଇଁ ଉଡାଣ ନିଷିଦ୍ଧ କରାଯାଇଛି। ଦିଲ୍ଲୀ ପୋଲିସ କମିଶନର ସଂଜୟ ଆରୋରା ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ଶ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ରବିବାର ସନ୍ଧ୍ୟା ୭.୧୫ ମିନିଟ ସମୟରେ ଶପଥ ଗ୍ରହଣ କରିବେ। ଏହି ଅବସରରେ ମନ୍ତ୍ରିପରିଷଦର କିଛି ସଦସ୍ୟଙ୍କୁ ବି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ।

ସୋନିଆ ଗାନ୍ଧୀ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ନିର୍ବାଚିତ

- Advertisement -

ଶପଥ ଗ୍ରହଣ ସମାରୋହକୁ ଦୃଷ୍ଟିରେ ରଖି ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଉଛି। ରାଷ୍ଟ୍ରପତି ଭବନର ସୁରକ୍ଷା ପାଇଁ ଅର୍ଦ୍ଧସାମରିକ ବଳର ୫ଟି କଂପାନୀ, ଏନଏସଜି କମାଣ୍ଡୋ ଓ ଡ୍ରୋନ ମୁତୟନ କରାଯାଇଛି।

ଦେଖନ୍ତୁ ଭିଡିଓ- ଗ୍ୟାସ ସରିଯିବାରୁ ଏପରି ରୋଷେଇ କଲେ ମହିଳା

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories