www.samajalive.in
Monday, December 8, 2025
24.1 C
Bhubaneswar

ବେକରେ ରଶି ଲଗାଇ ମହିଳାଙ୍କ ଆତ୍ମହତ୍ୟା

ଆଠଗଡ: ଆଠଗଡ ଥାନା ଅନ୍ତର୍ଗତ ତରଡିଙ୍ଗ ଗ୍ରାମରେ ଜଣେ ଭିନ୍ନକ୍ଷମ ମହିଳା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଶନିବାର ଭୋର ସମୟରେ ତରଡିଙ୍ଗ ଗ୍ରାମର ଭିନ୍ନକ୍ଷମ ମହିଳା ତୋଫାନୀ ମହାନ୍ତି (୫୫) କୌଣସି କାରଣରୁ ଗ୍ରାମର ଏକ  ଆମ୍ବ ଗଛରେ ରଶି ଲଗାଇ ଦେଇଥିଲେ। ସେଠାରୁ ଉଦ୍ଧାର କରି ପରିବାର ଲୋକ ତୁରନ୍ତ ତାଙ୍କୁ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ଅଣିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ପରୀକ୍ଷା ନିରୀକ୍ଷା କରି ମୃତ ଘୋଷଣା କରିଥିଲେ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଏକ ଅପମୃତ୍ୟୁ ମାମଲା (୨୭/୨୪) ରୁଜୁ କରି ତଦନ୍ତ ଜାରି ରଖିଛି। ଆଠଗଡ ଉପଖଣ୍ଡ ଚିକିତ୍ସାଳୟରେ ମୃତଦେହ ବ୍ୟବଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories