www.samajalive.in
Monday, December 8, 2025
17.1 C
Bhubaneswar

ଓଡ଼ିଶାରୁ ୩ କ୍ୟାବିନେଟ ମନ୍ତ୍ରୀ: ଶପଥ ନେଲେ ଧର୍ମେନ୍ଦ୍ର, ଅଶ୍ବିନୀ ଓ ଜୁଏଲ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳି ସରକାର କ୍ୟାବିନେଟ ମନ୍ତ୍ରୀ ଭାବେ ୩ଜଣ ଶପଥ ନେଇଛନ୍ତି।  ମୋଦ ସରକାରଙ୍କ ୩.୦ ରେ ମନ୍ତ୍ରୀ ଓଡ଼ିଶାର ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବ ମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଓଡ଼ିଶାର ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲ।

ଓଡ଼ିଶାର ସମ୍ବଲପୁର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶାରେ ବିଜେପିକୁ ବିପୁଳ ସଂଖ୍ୟାରେ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିବା ଧର୍ମେନ୍ଦ୍ର ପ୍ରଧାନ କ୍ରମାଗତ ଭାବେ ତୃତୀୟ ଥର ପାଇଁ ମୋଦୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଭାବେ ସାମିଲ ହୋଇଛନ୍ତି। ୨୦୧୪ରେ ସେ ପେଟ୍ରୋଲିୟମ ମନ୍ତ୍ରୀ ହୋଇଥିଲାବେଳେ ୨୦୧୯ରେ ତାଙ୍କୁ ଶିକ୍ଷା ମନ୍ତ୍ରଣାଳୟ ମିଳିଥିଲା। ୨୦୧୪ରେ ସେ ବିହାର ଓ ୨୦୧୯ରେ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ଯାଇଥିଲେ।

- Advertisement -

ମୋଦୀ ସରକାରଙ୍କ ପ୍ରଥମ ପାଳିରେ ଜୁଏଲ ଓରାମଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବାବେଳେ ୨୦୧୯ରେ ତାଙ୍କୁ ମନ୍ତ୍ରୀ ପଦ ମିଳି ନଥିଲା। ଓଡ଼ିଶାର ସୁନ୍ଦରଗଡ଼ ଲୋକସଭା ଆସନରୁ ହ୍ୟାଟ୍ରିକ ବିଜୟ ହାସଲ କରିଥିବା ଜୁଏଲ ଓରାମଙ୍କୁ ମୋଦୀ ସରକାର ୩.୦ରେ କ୍ୟାବିନେଟ ମନ୍ତ୍ରୀ ଭାବେ ସ୍ଥାନ ପାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories