www.samajalive.in
Monday, December 8, 2025
27.1 C
Bhubaneswar

ସୋମବାର ହୋଇପାରେ ବିଜେପି ବିଧାୟକ ଦଳ ବୈଠକ, ରାଜନାଥ ଓ ଭୂପେନ୍ଦ୍ରଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ଓଡ଼ିଶାରେ କିଏ ହେବେ ମୁଖ୍ୟମନ୍ତ୍ରୀ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ମନୋନୟନ ପାଇଁ ବିଜେପି ପକ୍ଷରୁ ୨ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି। ସୋମବାର ବିଜେପି ବିଧାୟକ ଦଳ ନେତା ମନୋନୟନ ବୈଠକ ଅନୁଷ୍ଠିତ ହୋଇପାରେ ଏବଂ ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ ଏବଂ ଭୂପେନ୍ଦ୍ର ଯାଦବ କେନ୍ଦ୍ରୀୟ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ନିର୍ବାହ କରିବାକୁ ନିର୍ଦେଶ ଦିଆଯାଇଛି।

ବିଜେପି ପକ୍ଷରୁ ଆୟୋଜିତ ହେବାକୁ ଥିବା ବିଧାୟକ ଦଳ ବୈଠକରେ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ ଏବଂ ଭୂପେନ୍ଦ୍ର ଯାଦବ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ନିର୍ବାହ କରିବେ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ଉଭୟଙ୍କୁ ନିର୍ଦେଶ ଦିଆଯାଇଛି। ବିଜେପି ବିଧାୟକ ଦଳ ବୈଠକରେ ୨ କେନ୍ଦ୍ରମନ୍ତ୍ରୀ ଯୋଗଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ତର୍ଜମା କରିବେ ବୋଲି ସୂଚନା ମିଳିଛି।

- Advertisement -

ବିଜେପି ପକ୍ଷରୁ ଜାରି ଏକ ପ୍ରେସ ବିବୃତ୍ତିରେ କୁହାଯାଇଛି ଯେ ଏହାର ସଂସଦୀୟ ବୋର୍ଡ ରାଜ୍ୟ ବିଧାନସଭା ନିର୍ବାଚନରେ ​​ସକ୍ରିୟ ଥିବା ରାଜନାଥ ସିଂହ ଏବଂ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶାର ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ସମ୍ପର୍କରେ ତଦାରଖ ପାଇଁ ମନୋନୀତ କରିଛି। ଆସନ୍ତା ସୋମବାର ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇପାରେ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ମନୋନୟନ ପାଇଁ ସେମାନଙ୍କୁ ଦାୟିତ୍ବ ଦିଆଯାଇଛି ବୋଲି ବିଜେପି ସଂସଦୀୟ ବୋର୍ଡ ପକ୍ଷରୁ ପ୍ରକାଶ କରାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories