www.samajalive.in
Sunday, December 7, 2025
26.1 C
Bhubaneswar

ଆଗକୁ ଆହୁରି ବଢିବ ତାତି , ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା

ଭୁବନେଶ୍ୱର :  ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରବିବାର ୧୬ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଶନିବାର ଅପେକ୍ଷା ରବିବାର ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆସନ୍ତା ୩ଦିନ ମଧ୍ୟରେ କିଛି ଅଞ୍ଚଳରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣରେ ଆହୁରି ତାପମାତ୍ରା ବଢିବା ସମ୍ଭାବନା ରହିଛି। ନୂଆପଡାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଖୋର୍ଦ୍ଧା ଓ ବରଗଡରେ ୪୦.୫ ଡିଗ୍ରୀ ଲେଖାଏଁ, ଜଗତସିଂହପୁର ଓ ଢେଙ୍କାନାଳରେ ୪୦ ଡିଗ୍ରୀ ଲେଖାଏଁ ରହିଛି। ଅପରପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାରେ ସ୍ପର୍ଶ କରିବା ଫଳରେ ପାଗ ଅନୁକୂଳ ରହିଛି। ରବିବାର ଦକ୍ଷିଣ ଓଡ଼ିଶାର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ ଓ ନୂଆପଡା ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ବର୍ଷା ପବନ ବହିବା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସମ୍ପୃକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅନ୍ୟପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲାର ବାୟୁମଣ୍ଡଳରେ ଆର୍ଦ୍ରତା ପ୍ରତିଶତ ଅଧିକ ରହିବା ଯୋଗୁଁ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେଉଛି। ଉପରୋକ୍ତ ଅଞ୍ଚଳଗୁଡିକରେ ଉଷ୍ଣ-ଆର୍ଦ୍ରତା ପାଇଁ ଅଧିକ ଗୁଳୁଗୁଳି ଅନୁଭୂତ ହେବା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories