ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କର ଶପଥ ଗ୍ରହଣ ସମାରୋହ। ତାପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନେଇ ନିଷ୍ପତ୍ତି ନିଆଯିବ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର। ଆସନ୍ତା ୧୨ ତାରିଖରେ ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରୁ ଫେରିବା ପରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ରହିବେ ମୋଦୀ। ଗିରିଶ୍ ମୁର୍ମୁ ଙ୍କ ନାଁ ମୁଖ୍ୟମନ୍ତ୍ରୀ ଚର୍ଚ୍ଚାରେ ଥିବା ପ୍ରସଙ୍ଗରେ ତୋମାର କହିଚନ୍ତି ମୋ ଜାଣିବାରେ ସେଭଳି କିଛି ନାହିଁ। ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି ବିଜେପି ସଂସଦୀୟ ବୋର୍ଡ। ବିଜେପି ବିଧାୟକ ଦଳ ବୈଠକରେ ଯୋଗଦେବେ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ । ଆସନ୍ତାକାଲି( ମଙ୍ଗଳବାର) ବିଧାୟକ ଦଳ ବୈଠକ ବସିବ। ସେଠାରେ ନବ ନିର୍ବାଚିତ ବିଜେପି ବିଧାୟକ ମାନଙ୍କ ସହ ଆଲୋଚନା କରିବେ ବିଜେପିର ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ।
Popular Categories



