www.samajalive.in
Monday, December 8, 2025
24.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌‌କୁ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଗୁଳିମାଡ଼

ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ କାରକେଡକୁ ଗୁଳିମାଡ ହୋଇଛି। କୁକୀ ସମ୍ପ୍ରଦାୟର ସନ୍ଦିଗ୍ଧ ଆତଙ୍କାବଦୀଙ୍କ ପକ୍ଷରୁ ଏହି ଗୁଳିମାଡ଼ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ଜଣେ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ତେବେ ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି।

ସୋମବାର ଅପରାହ୍ନ ପ୍ରାୟ ୧ଟା ବେଳେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌‌ ହିଂସା ପ୍ରଭାବିତ ଜିରବାମ ଜିଲାକୁ ଯାଉଥିଲା। କିନ୍ତୁ ଏହା ପୂର୍ବରୁ କାଙ୍ଗପୋକ୍‌‌ପି ଜିଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର କୋଟଲେନ ଗ୍ରାମ ନିକଟରେ ଲୁଚି ରହିଥିବା ସନ୍ଦିଗ୍ଧ ଆତଙ୍କବାଦୀ କାରକେଡ୍‌‌ ଉପରକୁ ଗୁଳିମାଡ଼ କରିଥିଲେ। ସୁରକ୍ଷାକର୍ମୀମାନେ ତୁରନ୍ତ ଗାଡ଼ିରୁ ବାହାରି ସନ୍ଦିଗ୍ଧ ଆତଙ୍କବାଦୀମାନଙ୍କୁ କଡ଼ା ଜବାବ ଦେଇଥିଲେ। ଏଥିରେ ଜଣେ ସୁରକ୍ଷା କର୍ମୀ ଆହତ ହୋଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ବୀରେନ ସିଂହ ବର୍ତ୍ତମାନ ଦିଲ୍ଲୀରେ ଥିବା ଜଣାପଡ଼ିଛି।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories