www.samajalive.in
Sunday, December 7, 2025
23.1 C
Bhubaneswar

ଶପଥ ସମାରୋହ: ୫ ଘଣ୍ଟାର ଟ୍ରାଫିକ୍ କଟକଣା, ସୁରକ୍ଷାରେ ରହିବେ ୬୭ ପ୍ଲାଟୁନ୍

ଭୁବନେଶ୍ଵର: ୧୨ ତାରିଖରେ ଭୁବନେଶ୍ଵର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି ।ଏଥିଲାଗି ଟ୍ରାଫିକ କଟକଣାକୁ ବିଶେଷ ଗୁରୁତ୍ଵ ଦିଆଯାଇଛି। ସେହିଦିନ ଦିନ ୨ଟାରୁ ସନ୍ଧ୍ୟା ୭ କିମ୍ବା ଶପଥ ସମାରୋହ ସରିବା ଯାଏଁ କଟକଣା ବଳବତ୍ତର ରହିବ। ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡି ଚଳାଚଳ କରିବନାହିଁ। ସେପଟେ ଶପଥ ସମାରୋହକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି। ଏଥିରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ  ମୁତୟନ ରହିବେ। ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ଦୁଇ ଜଣ ଡିଆଇଜିଙ୍କୁ ଦାୟିତ୍ଵ ଦିଆଯାଇଛି। ଜନତା ମୈଦାନରେ ଆଇଜି ପ୍ରବୀଣ କୁମାର ସୁରକ୍ଷା ଦାୟିତ୍ଵ ତଦାରଖ କରିବେ। ଡିଆଇଜି ସାର୍ଥକ ଷଡଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ କଟକଣା କଥା ବୁଝିବେ। ୧୩ ଡିସିପି, ୧୮ଜଣ ଏଡିସିପି ରାଙ୍କ ଅଧିକାରୀ, ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ଜଣ ଏସଆଇ ସୁରକ୍ଷା ଦାୟିତ୍ଵରେ ରହିବା ନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories