www.samajalive.in
Sunday, December 7, 2025
18.1 C
Bhubaneswar

ମୋହନ ଚରଣ ମାଝୀ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରାଯାଇଛି । ଏହି ଅବସରରେ ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ ଓରାମଙ୍କ ସହ ନବନିର୍ବାଚିତ ସାଂସଦମାନେ ବୈଠକରେ ଉପସ୍ଥିତ ଥିଲେ । ବୈଠକରେ ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ମଧ୍ୟ ଉପସ୍ଥିତ ଥିଲେ । ପୂର୍ବରୁ ଅନେକଙ୍କ ନାଁ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲା । ତେବେ ଆଜି ଏହା ସ୍ପଷ୍ଟ ହେବା ପରେ ରାଜ୍ୟବାସୀ ନିଜ ନୂଆ ମୁଖ୍ୟମନ୍ତ୍ରୀ ପାଇଛନ୍ତି । ସମସ୍ତଙ୍କ ଉପସ୍ଥିତିରେ ମୋହନ ଚରଣ ମାଝୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମନୋନୟନ କରାଯାଇଛି । ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ମୋହନ ଚରଣ ମାଝୀଙ୍କ ନାଁ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନାଁ ସହ ପାଟଣାଗଡ ବିଧାୟକ କନକ ବର୍ଦ୍ଧନ ସିଂହଦେଓ  ଓ ନିମାପଡା ବିଧାୟକା ପ୍ରଭାତୀ ପରିଡାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।

- Advertisement -

୧୨ ତାରିଖରେ ଭୁବନେଶ୍ଵର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି । ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଥିଲେ। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ବିଜେପିର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି।

ଏଥିଲାଗି ଟ୍ରାଫିକ କଟକଣାଠାରୁ ସୁରକ୍ଷା ବ୍ୟବସ୍ଥା ପର୍ଯ୍ୟନ୍ତ ସବୁକୁ କଡାକଡି କରାଯାଇଛି।  ସୁରକ୍ଷା ଦାୟିତ୍ଵରେ ମୋଟ୍ ୬୭ ପ୍ଲାଟୁନ୍ ପୁଲିସ୍ ଫୋର୍ସ  ମୁତୟନ ହେବେ। ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ଦୁଇ ଜଣ ଡିଆଇଜିଙ୍କୁ ଦାୟିତ୍ଵ ଦିଆଯାଇଛି। ଜନତା ମୈଦାନରେ ଆଇଜି ପ୍ରବୀଣ କୁମାର ସୁରକ୍ଷା ଦାୟିତ୍ଵ ତଦାରଖ କରିବେ। ଡିଆଇଜି ସାର୍ଥକ ଷଡଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ କଟକଣା କଥା ବୁଝିବେ। ୧୩ ଡିସିପି, ୧୮ଜଣ ଏଡିସିପି ରାଙ୍କ ଅଧିକାରୀ, ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ଜଣ ଏସଆଇ ସୁରକ୍ଷା ଦାୟିତ୍ଵରେ ରହିବା ନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।  ବୁଧବାର ଭୁବନେଶ୍ଵରର ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ। ଅପରାହ୍ନ ୧ଟାରୁ ଏହି ଛୁଟି ଲାଗୁ ହେବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories