www.samajalive.in
Thursday, December 11, 2025
27.1 C
Bhubaneswar

ଗୀତାଞ୍ଜଳି ପ୍ରତିଭା ସମ୍ମାନ

ଭୁବନେଶ୍ୱର : ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ‘ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ’ ପକ୍ଷରୁ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନଠାରେ ସପ୍ତମ ଗୀତାଞ୍ଜଳି ପ୍ରତିଭା ସମ୍ମାନ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଷଷ୍ଠ ଗୀତାଞ୍ଜଳି ଆଦର୍ଶ ଶିକ୍ଷକ ସମ୍ମାନ-୨୦୨୪ ଏବଂ ଷଷ୍ଠ ଗୀତାଞ୍ଜଳି ଆଦର୍ଶ ବିଦ୍ୟାଳୟ ସମ୍ମାନ-୨୦୨୪ ଅନୁଷ୍ଠିତ ହୋଇଯାଇଛି।

ଟ୍ରଷ୍ଟର ଅଧ୍ୟକ୍ଷ ରଞ୍ଜନ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରଏମ୍ଆରସିର ନିର୍ଦ୍ଦେଶିକା ଡ. ସଂଘମିତ୍ରା ପତି ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବା ସହିତ ଛାତ୍ରଛାତ୍ରୀମାନେ କିପରି ନିଜ ଉଦ୍ୟମରେ ପାଠ ପଢି ଭଲ ନମ୍ବର ରଖି ନିଜର ଭବିଷ୍ୟତ ଗଢିପାରିବେ, ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟର ଏହା ଏକ ନିଆରା ପ୍ରୟାସ। ଏଥିପାଇଁ ସେ ଟ୍ରଷ୍ଟକୁ ସାଧୁବାଦ ଜଣାଇଥିଲେ।

- Advertisement -

ମୁଖ୍ୟବକ୍ତା ଭାବେ ପାରାଦ୍ୱୀପ ଫସପେଟ ଲିମିଟେଡ଼ର ବରିଷ୍ଠ ଅଧିକାରୀ ସୁଧୀରଞ୍ଜନ ମିଶ୍ର, ସମ୍ମାନିତ ଅତିଥିଭାବେ ଶିକ୍ଷାବିତ୍ ବିଧୁଭୂଷଣ ପଟ୍ଟନାୟକ, ସୋଆ ବିଶ୍ୱବିଦ୍ୟାଳୟ ଲୋକ ସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର, ଶିକ୍ଷାବିତ ପ୍ରମୋଦ ପାଢୀ, ସମାଜସେବୀ ଅମୀୟବାଳା ପରିଡ଼ା, ବିଶିଷ୍ଟ ଲେଖିକା ସୁଚେତା ନନ୍ଦ, ଜୟଦେବ ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ଭୋଇ, ସମାଜସେବୀ ବିଜୟ ମହାରଣା ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଜୟଦେବ ନିର୍ବାଚନ ମଣ୍ଡଳୀର +୨ ବିଜ୍ଞାନରେ ଟପ୍ପର ହୋଇଥିବା ମେଧାବୀ ଛାତ୍ରୀ ସ୍ୱୟଂପ୍ରଜ୍ଞା ସାହୁଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ କାଞ୍ଚନ ଫାଉଣ୍ଡେସନ ତରଫରୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ଼ରେ ଉତ୍ତୀର୍ଣ୍ଣ ହୋଇଥିବା ବାଲିଅନ୍ତା ଓ ବାଲିପାଟଣା ବ୍ଲକର ୧୫ଜଣ ଛାତ୍ରଛାତ୍ରୀଙ୍କୁ ସପ୍ତମ ଗୀତାଞ୍ଜଳି ପ୍ରତିଭା ସମ୍ମାନ, ୧୦ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଷଷ୍ଠ ଗୀତାଞ୍ଜଳି ଆଦର୍ଶ ଶିକ୍ଷକ ସମ୍ମାନ ଏବଂ ୬ଟି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଷଷ୍ଠ ଗୀତାଞ୍ଜଳି ଆଦର୍ଶ ବିଦ୍ୟାଳୟ ସମ୍ମାନ ପ୍ରଦାନ କରାଯାଇଥିଲା।

ମଞ୍ଚ ପରିିଚାଳନା କରିଥିଲେ ଶୁଭୋଜିତ ପଣ୍ଡା। ଏହି କାର୍ଯ୍ୟକ୍ରମକୁ ଟ୍ରଷ୍ଟର ଅନ୍ୟତମ ସଦସ୍ୟ ତାପସ ରଞ୍ଜନ ମଲ୍ଲିକ, ପ୍ରଳୟ କୁମାର ଦାସ, ଆଶୁତୋଷ ଚୌଧୁରୀ, ଦୀନବନ୍ଧୁ ଭୋଇ, ତପନ କୁମାର ସ୍ୱାଇଁ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

Related Articles

Popular Categories