www.samajalive.in
Monday, December 8, 2025
24.1 C
Bhubaneswar

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ବଡ଼ମ୍ବା : କଟକ ଜିଲା ବଡ଼ମ୍ବା ବନାଞ୍ଚଳ ଅନ୍ତର୍ଗତ ଖଳିମାଟି ଗାଁ​‌ରେ ଅଭାବନୀୟ ଘଟଣା ଘଟିଛି।  ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଗୟାଧର ଦେହୁରୀ ବୋଲି ଜଣାପଡିଛି। ମଙ୍ଗଳବାର ସକାଳୁ ଗୟାଧର ଗାଁ ନିକଟସ୍ଥ ଜଙ୍ଗଲକୁ ଲଇ ସଂଗ୍ରହ ପାଇ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ। ହାତୀଟି ଏତେ ହିଂସ୍ର ଥିଲା ଯେ ମୃତକଙ୍କ ଶରୀରକୁ ଖଣ୍ଡବିଖଣ୍ଡିତ କରିଦେଇଥିଲା। ଖବର ପାଇ ସ୍ଥାନୀୟ ବନାଞ୍ଚଳ ଅଧିକାରୀ ପ୍ରଭାତ କୁମାର ରାଉତ, ବନପାଳ କୃଷ୍ଣଚନ୍ଦ୍ର ସ୍ବାଇଁ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଅପରାହ୍ଣରେ ବଡ଼ମ୍ବା ଡାକ୍ତରଖାନାରେ ଶବ ବ୍ୟବଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories