www.samajalive.in
Saturday, December 6, 2025
16.1 C
Bhubaneswar

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ସନ୍ଧ୍ୟାରେ ହେବାକୁ ଥିବା ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ମୋଦୀ। ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ରାଜଭବନରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ। ସେଠାରୁ ଶପଥ ଗ୍ରହଣ ଉତ୍ସବସ୍ଥଳକୁ ଯିବେ ମୋଦୀ। ଜନତା ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ବ୍ୟାପକ ଆୟୋଜନ କରାଯାଇଛି।

ଶପଥ ଗ୍ରହଣ ଉତ୍ସବରେ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବାକୁ ଓଡ଼ିଶାରେ ପହଞ୍ଚିଛନ୍ତି। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସା, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ଭୁବନେଶ୍ୱରରେ ପହଞ୍ଚୁଛନ୍ତି।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories