www.samajalive.in
Wednesday, December 10, 2025
14.1 C
Bhubaneswar

ଓଡ଼ିଶାରେ ମୋହନ ସରକାର, ଶପଥ ଗ୍ରହଣ ସମାରୋହରେ ଯୋଗଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ମୋହନ ସରକାର। ଗତକାଲି ବିଜେପି ଦଳର ନେତା ହେବା ପରେ ଆଜି ଜନତା ମଇଦାନରେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ଶ୍ରୀ ମାଝୀ ଶପଥ ପାଠ କରିଛନ୍ତି। ଏହି ଅବସରରେ ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆଜି ନିମନ୍ତ୍ରଣ ଦେବାକୁ ଯାଇଥିଲେ ନିଜେ ମୋହନ ମାଝୀ। ଶପଥ ପାଠ ସମାରୋହକୁ ଆସିବାକୁ ମୋହନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ନବୀନ ପଟ୍ଟନାୟକ। ପ୍ରତିଶ୍ରୁତି ରକ୍ଷା କରି ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିଥିଲେ। ବର୍ତ୍ତମାନ ନବୀନ ପଟ୍ଟନାୟକ ହିଞ୍ଜିଳି ବିଧାନସଭା କ୍ଷେତ୍ରରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories