www.samajalive.in
Wednesday, December 10, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ବଦଳିଛି ୨୪ ବର୍ଷର ସରକାର। ନିଜ ଦମ୍ଭରେ ବିଜେପି ଗଢ଼ିଛି ସରକାର। ରାଜ୍ୟରେ ଆରମ୍ଭ ହୋଇଛି ବିଜେପି ସରକାର। ଆରମ୍ଭ ହୋଇଛି ନୂଆ ଅଧ୍ୟାୟ ଏବଂ ସୃଷ୍ଟି ହୋଇଛି ନୂଆ ଇତିହାସ। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ୧୬ଜଣିଆ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ଓ ରାଷ୍ଟ୍ରପାହ୍ୟାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି। ଏହାପରେ କ୍ୟାବିନେଟ ଏବଂ ରାଷ୍ଟ୍ରପାହ୍ୟା ମନ୍ତ୍ରୀମାନେ ପଦ ଓ ଗୋପନୀୟତାର ଶପଥ ପାଠ କରିଥିଲେ।

ଶପଥ ଗ୍ରହଣ ଉତ୍ସବରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇଥିଲେ। ଓଡ଼ିଶାରେ ନିର୍ବାଚନ ପ୍ରଚାରବେଳେ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ ହେବେ ଏବଂ ତାଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗଦେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ରକ୍ଷା କରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ ଉତ୍ସବର ୨ ଘଣ୍ଟା ପୂର୍ବରୁ ଓଡ଼ିଶାରେ ପହଞ୍ଚିଥିଲେ। ବିମାନମନ୍ଦରରୁ ସେ ସିଧା ରାଜଭବନ ଯାଇଥିଲେ ଏବଂ ସେଠାରୁ ଜନତା ମଇଦାନକୁ ଆସିଥିଲେ।

- Advertisement -

ଓଡ଼ିଶା​‌ରେ ପ୍ରଥମ ବିଜେପି ସରକାର ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶପଥ ପାଠ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିଥିଲେ। ଏହାପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ କ୍ୟାବିନେଟ ଓ ରାଷ୍ଟ୍ରମନ୍ତ୍ରୀମାନେ ଶପଥ ଗ୍ରହଣ କରିଥିଲେ।

ଶପଥ ଗ୍ରହଣ ଉତ୍ସବ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଞ୍ଚରେ କିଛି ସମୟ ପାଇଁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ। ଏହାପରେ ସେଠାରୁ ସିଧା ବିମାନ ବନ୍ଦରକୁ ଯାଇ ଦିଲ୍ଲୀ ଫେରିଯାଇଥିଲେ।

Hot this week

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

Related Articles

Popular Categories