www.samajalive.in
Saturday, December 13, 2025
18.1 C
Bhubaneswar

ବିଶ୍ୱ ଶିଶୁ ଶ୍ରମିକ ବିରୋଧ ଦିବସ ପାଳିତ

କେନ୍ଦୁଝରଗଡ଼଼: କେନ୍ଦୁଝର ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଦୃତ ଶିଶୁ ଗୃହ ନରଣପୁର ଠାରେ ବିଶ୍ୱ ଶିଶୁ ଶ୍ରମିକ ବିରୋଧ ଦିବସ ବୁଧବାର ପାଳିତ ହୋଇଯାଇଛି। ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଓ ଦୌରାଜଜ୍‌‌ ଅଶୋକ କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ପ୍ରାଧିକରଣ ସଚିବ ମାମୀ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଦେଶର ଭବିଷ୍ୟତ ଶିଶୁ ମାନଙ୍କୁ ଶ୍ରମିକ ଭଳି ଘୃଣ୍ୟ ପ୍ରଥା ଠାରୁ ଦୂରେଇ ରଖିବାକୁ ପରାମର୍ଶ ଦେଇ ଶିଶୁ ସାକ୍ଷରତା ଓ ସୁରକ୍ଷା ଉପରେ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଗ୍ରହଣ କରାଯାଇ ଆସୁଥିବା ଆଇନଗତ ଦିଗ ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଜିଲା ଶ୍ରମ ଅଧିକାରୀ ସୂର୍ଯ୍ୟ ନାରାୟଣ ମାଳି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରାଧିକରଣ ସଦସ୍ୟ ତଥା ତଦାଶା ସମ୍ପାଦକ ଅକ୍ଷୟ କୁମାର ଚକ୍ର ପ୍ରାରମ୍ଭରେ ସୂଚନା ପ୍ରଦାନ ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories