www.samajalive.in
Tuesday, December 9, 2025
17.1 C
Bhubaneswar

ଓଡିଶାରେ ବିଜେପି ସରକାରଙ୍କ ଶପଥ ଗ୍ରହଣ: ଆଜି ମନ୍ତ୍ରୀଙ୍କ ବିଭାଗ ବଣ୍ଟନ

ଭୁବନେଶ୍ବର : ରାଜ୍ୟରେ ବିଧିବଦ୍ଧଭାବେ ବୁଧବାରଠାରୁ ଆରମ୍ଭ ହୋଇଛି ବିଜେପି ଶାସନ। ତାହା ସହିତ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଯୁଗ। ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ରାଜ୍ୟରେ ନିରଙ୍କୁଶ କ୍ଷମତାରେ ରହିଆସିଥିବା ନବୀନ ପଟ୍ଟନାୟକଙ୍କ ଯୁଗର ଅବସାନ ଘଟିଛି। ଜନତା ମଇଦାନରେ ବୁଧବାର ଅପରାହ୍ଣରେ ଆୟୋଜିତ ଭବ୍ୟ ଶପଥଗ୍ରହଣ ସମାରୋହରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଭାବେ ମୋହନ ଚରଣ ମାଝି ଶପଥ ନେଇଛନ୍ତି। ମୋହନଙ୍କୁ ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ମୁଖ୍ୟମନ୍ତ୍ରୀଭାବେ ଶ୍ରୀ ମାଝି ଶପଥ ନେବା ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ନେଇଥିଲେ। ମୁଖ୍ୟମନ୍ତ୍ରୀ ମୋହନଙ୍କ ମନ୍ତ୍ରିମଣ୍ଡଳରେ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବିନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୂତି ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି। ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସମ୍ପଦ ଚନ୍ଦ୍ର ସ୍ୱାଇଁ ଶପଥ ନେଇଛନ୍ତି। ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ ଆଜି(ଗୁରୁବାର) କରାଯିବ ବୋଲି ଜଣାପଡିଛି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, ତ୍ରିପୁରା ମୁଖ୍ୟମନ୍ତ୍ରୀ ଡ. ମାନିକ ସାହା,
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନି, ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାମନ୍ତ, ରେଳ, ଆଇଟି ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ସାଧୁସନ୍ଥ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories