www.samajalive.in
Tuesday, December 9, 2025
16.1 C
Bhubaneswar

୪ଦିନ ଯାଏଁ ତାତିରୁ ନାହିଁ ନିସ୍ତାର: ଦକ୍ଷିଣକୁ ପ୍ରବଳ ବର୍ଷା ସତର୍କତା

ଭୁବନେଶ୍ୱର : ରାଜ୍ୟରେ ତାତିରୁ ନିସ୍ତାର ନାହିଁ। ଆସନ୍ତା ୪ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଏହାପରେ ୨ରୁ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ବୁଧବାର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଊର୍ଦ୍ଧ୍ବ ରହିଥିଲା। ନୂଆପଡ଼ାରେ ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା।  ସେପଟେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୩-୪ ଦିନ ମଧ୍ୟରେ ସକ୍ରିୟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାସହିତ ଆସନ୍ତା ୧୩ ଓ ୧୪ ତାରିଖରେ ସମୁଦ୍ରରେ ୪୫-୫୫ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ଦୁଇ ଦିନ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଆଜିଠାରୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଗଣ୍ଟା ମଧ୍ୟରେ ଫୁଲବାଣୀରେ ୪୯.୬ ମି.ମି ଏବଂ ନବରଙ୍ଗପୁରରେ ୨୬.୪ ମି.ମି. ବର୍ଷା ହୋଇଛି। ଆଜି(ଗୁରୁବାର) ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories