www.samajalive.in
Tuesday, December 9, 2025
15.1 C
Bhubaneswar

ସୁଭଦ୍ରା ଯୋଜନାରେ କେମିତି ପାଇବେ ୫୦ହଜାର; ଜାଣନ୍ତୁ ଆବେଦନ ପ୍ରକ୍ରିୟା

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ପ୍ରଥମ କ୍ୟାବିନେଟ ବୈଠକରେ ବଡ ଘୋଷଣା କରାଯାଇଛି। ୪ଟି ପ୍ରସ୍ତାବ ମଧ୍ୟରେ ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ହେଉଛି ବଡ ଘୋଷଣା। ଆଗାମି ୧୦୦ଦିନ ଭିତରେ ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା। ତେବେ ଏହି ଯୋଜନା କଣ ଏବଂ ମହିଳାମାନେ କିଭଳି ୫୦ହଜାର ପାଇବେ ଓ କାର୍ଯ୍ୟକାରୀ କରିବେ ଚାଲନ୍ତୁ ଜାଣିବା। . . .
ବିଜେପି ନିର୍ବାଚନ ଇସ୍ତାହାରରେ ଘୋଷଣା କରିଥିଲା ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ସୁଭଦ୍ରା ଯୋଜନା ଲାଗୁ କରାଯିବ। ବର୍ତ୍ତମାନ ଏହା ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୁଭଦ୍ରା ଯୋଜନା ଲାଗୁ କରିବାକୁ ଘୋଷଣା କରିଛନ୍ତି। ଓଡ଼ିଶାରେ ପ୍ରତି ମହିଳାଙ୍କୁ ୫୦ହଜାର ଟଙ୍କାର କ୍ୟାସ ଭାଉଚର ମିଳିବ। ୨ବର୍ଷ ମଧ୍ୟରେ ସେମାନେ ଏହାକୁ ଖର୍ଚ୍ଚ କରିପାରିବେ। ଏହି ଯୋଜନାରେ ଆପଣ ଚାହିଁଲେ ଉଭୟ ଅନଲାଇନ୍‌‌ ଓ ଅଫଲାଇନରେ ଆବେଦନ କରିପାରିବେ। ବିବାହିତ ମହିଳାମାନେ ଏହି ଯୋଜନାରେ ସାମିଲ ହୋଇ ୫୦ହଜାର ଟଙ୍କାର କୁପନ୍‌‌ ପାଇପାରିବେ। ସୁଭଦ୍ରା ଯୋଜନାର ମୂଳ ଲକ୍ଷ୍ୟ ହେଉଛି ମହିଳାଙ୍କୁ ସଶକ୍ତ କରିବା ଏବଂ ସମାଜରେ ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ପ୍ରଦାନ କରିବା।
ଏହି ଯୋଜନାରେ ଆବେଦନ କରିବା ପାଇଁ ସବୁ ଡକ୍ୟୁମେଣ୍ଟ ଯେପରିକି ଆଧାର କାର୍ଡ, ବ୍ୟାଙ୍କ ଆକାଉଣ୍ଟ, ଠିକଣା ପ୍ରମାଣପତ୍ର, ମୋବାଇଲ୍‌‌ ନମ୍ବର, ପାସପୋର୍ଟ ଫଟୋ, ଇନକମ୍‌‌ ସାର୍ଟିଫିକେଟ, ରାସନ କାର୍ଡ ଆଦି ଆବଶ୍ୟକ। ଯଦି ଆପଣ ଏହି ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି ତେବେ ଓଡ଼ିଶାର ବାସିନ୍ଧା ହୋଇଥିବା ଆବଶ୍ୟକ। କେବଳ ବିବାହିତ ମହିଳା ଏହି ଯୋଜନାରେ ସାମିଲ ହୋଇପାରିବେ। ମହିଳାଙ୍କ ବୟସ ୨୩ରୁ ୫୯ବର୍ଷ ହୋଇଥିବ। ଗୁରୁତ୍ୱପୂର୍ଣ୍ଣା କଥା ହେଲା ସରକାରୀ ଚାକିରି କରିଥିବା ମହିଳା ଏହି ଯୋଜନାରେ ଲାଭ ପାଇବେନାହିଁ। ପରବର୍ତ୍ତୀ ସମୟରେ ଅଙ୍ଗନବାଡି କର୍ମୀଙ୍କୁ ମଧ୍ୟ ଏଥିରେ ସାମିଲ କରାଯିବ। ଯୋଜନା କାର୍ଯ୍ୟକାରୀ ନେଇ ଖୁବଶୀଘ୍ର ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ୍‌‌ ଜାରି କରାଯିବ ବୋଲି ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories