www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ସଜବାଜ: କାଲି ପହିଲି ରଜ

ଭୁବନେଶ୍ୱର: ରଜ ପାଇଁ ଆରମ୍ଭ ହୋଇଛି ସଜବାଜ। ଗାଁଠାରୁ ସହର ସବୁଠି ରଜ ପାଇଁ ପ୍ରସ୍ତୁତି ଜୋରଦାର। କୁଆଁରୀମାନେ ରଜ ୩ଦିନ ପାଳନ ପାଇଁ ନୂଆ ପୋଷାକ, ଦୋଳି ଖେଳିବା, ପିଠା ଖାଇବା, ଖେଳକୁଦ ଓ ମୁଉଜ କରିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି ଚଳାଇଛନ୍ତି। କୁଆଁରିମାନେ ରଜରେ ଦୋଳି ଖେଳବା ସହ ମେହେନ୍ଦୀ ଲଗାଇବା, ପିଠା, ମିଠା ପାନ ଖାଇବାକୁ ପସନ୍ଦ କରିଥାନ୍ତି। ଆଜି ଘରେ ଘରେ ରଜ ସଜବାଜ ସହ ପିଠା ମିଠାର ପ୍ରସ୍ତୁତି ଚାଲିଛି। ସେପଟେ ରଜ କିଣାବିକା ପାଇଁ ବଜାରରେ ଭିଡ ଜମିଛି। ରାଜଧାନୀର ବିଭିନ୍ନ ସ୍ଥାନରେ ରଜ ଉତ୍ସବ ପାଳନ ପାଇଁ ଆଜି ସଜବାଜରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପାତ୍ରପଡା, ପାନ୍ଥନିବାସରେ ରଜ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯିବା ସହ ବିଭିନ୍ନ ସ୍ୱାଦିଷ୍ଟ ପିଠା ପ୍ରସ୍ତୁତ କରାଯାଉଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories