www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା କୋର୍ଟରୁ ମିଳିଲା ଜାମିନ

ସମାଜ ଡିଜିଟାଲ ଡେସ୍କ: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗୁରୁବାର ଜାମିନ ମିଳିଛି। ଖୋର୍ଦ୍ଧା କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ଚଳିତ ନିର୍ବାଚନ ସମୟରେ ଏକ ବୁଥରେ ଭୋଟଗ୍ରହଣ ସମୟରେ ପ୍ରଶାନ୍ତ ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ଗତ ବୁଧବାର ହାଇକୋର୍ଟ ପ୍ରଶାନ୍ତଙ୍କୁ ଜାମିନ ଦେଇଥିଲେ। ଏହା ପୂର୍ବରୁ ତାଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା।

ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ହୋଇ ବିଜୟ ହାସଲ କରିଥିବା ପ୍ରଶାନ୍ତ ଜଗଦ୍ଦେବ ଗତ ୨୫ ତାରିଖ ମତଦାନବେଳେ ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories