www.samajalive.in
Sunday, December 7, 2025
14.1 C
Bhubaneswar

ଓଡ଼ିଶାର ୬୭ଟି ସ୍ଥାନରେ ସିବିଆଇ ଚଢାଉ

ଭୁବନେଶ୍ୱର:  ପୋଷ୍ଟାଲ୍‌‌ ପରୀକ୍ଷାରେ ଜାଲ ସାର୍ଟିପିକେଟ ନେଇ ରାଜ୍ୟର ବିଭିନ୍ନ ଜିଲାରେ ସିବିଆଇ ଚଢାଉ ହୋଇଛି। କଳାହାଣ୍ଡି, ନୂଆପଡା, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, କନ୍ଧମାଳ, କେନ୍ଦୁଝର, ଭଦ୍ରକ, ନବରଙ୍ଗପୁରର ମୋଟ ୬୭ଟି ସ୍ଥାନରେ ଚଢାଉ ଜାରି ରହିଛି। ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ ନେଇ ପୋଷ୍ଟାଲ ସର୍ଭିସ ନିର୍ଦ୍ଦେଶକଙ୍କ ପକ୍ଷରୁ ସିବିଆଇରେ ଅଭିଯୋଗ ହୋଇଥିଲା। ପ୍ରାର୍ଥୀଙ୍କ ଭିତରୁ ୬୩ଜଣ ଜାଲ୍‌‌ ସାର୍ଟିଫିକେଟ ଦେଇଥିବା ଅଭିଯୋଗ ଆସିଥିଲା। ଚଢାଉରେ ୧୨୨ଜଣ ସିବିଆଇ ଅଧିକାରୀ ଓ ଅନ୍ୟ ୮୨ ଅଧିକାରୀମାନେ ସାମିଲ ହୋଇଛନ୍ତି। ଆନ୍ତଃରାଜ୍ୟ ଗ୍ୟାଙ୍ଗ ଜାଲ ସାର୍ଟିଫିକେଟ ଯୋଗାଇ ଥିବା ନେଇ ସୂଚନା ମିଳିଛି। ଏହି ଘଟଣାରେ ୨୦୨୩ ମେ ୯ତାରିଖରେ ମାମଲା ଦାୟର କରିଥିଲା ସିବିଆଇ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories