www.samajalive.in
Friday, December 12, 2025
23.1 C
Bhubaneswar

ଜୁନ୍ ୨୦ରେ ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ

ଭୁବନେଶ୍ବର:  ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିସହିତ ଏହା ପୂର୍ବରୁ ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ଆଜି ଆଠଗଡ଼ ବିଧାୟକ ର​ଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପ୍ରୋ-ଟେମ୍‌ ସ୍ପିକର ନିଯୁକ୍ତି ଦିଆଯାଇଛି। ପ୍ରୋ-ଟେମ୍ ସ୍ପିକର ଭାବେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଜୁନ୍ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନବ ନିର୍ବାଚିତ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ମନୋନୟନ ପାଇଁ ନିର୍ବାଚନ ହେବ ବୋଲି ସୂଚନା ମିଳିଛି।

ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ବିଜେପି ସରକାର ଗଠନ ହୋଇଛି। ଦୁଇଜଣ ଉପମୁଖ୍ୟମନ୍ତ୍ରୀ ସହ ୮ଜଣ କ୍ୟାବିନେଟ ଓ ୫ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ମଧ୍ୟ ସଂଖ୍ୟାଗରିଷ୍ଠତା ଥିବାରୁ ବିଜେପିର ନେତା ହିଁ ବାଚସ୍ପତି ହେବା ଏକପ୍ରକାର ନିଶ୍ଚିତ ବୋଲି ଜଣାପଡ଼ିଛି।

- Advertisement -

ଅପରପକ୍ଷରେ ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ହେବେ ବୋଲି ପୂର୍ବରୁ ଘୋଷଣା କରାଯାଇଛି। ହେଲେ ବିଧି ମୁତାବକ ଜୁନ୍ ୨୦ ତାରିଖରେ ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories