www.samajalive.in
Saturday, December 6, 2025
16.1 C
Bhubaneswar

ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବନସ୍ତେ ଡାକିଲା ରଜ, ବରଷକେ ଥରେ ଆସିଛି ରଜ। ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ ଗଣପର୍ବ ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା, ପାନ ଓ ଦୋଳି ଖେଳ ମାଧ୍ୟମରେ ଓଡ଼ିଶାର ଜନସାଧାରଣ ଏହି ପର୍ବକୁ ହର୍ଷୋଲ୍ଲାସ ସହିତ ପାଳନ କରନ୍ତି । କୃଷିଭିତ୍ତିକ ଏହି ରଜ ପର୍ବ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଅଛି ।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରଜ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ମୋର ଶୁଭଚ୍ଛୋ ଓ ସାଦର ଅଭିନନ୍ଦନ। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ରଜ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା। ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ। ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories